Posted inଜାତୀୟ

ଅଯୋଗ୍ୟ ମାମଲାର ଶୁଣାଣି ଟଳିଲା, ନିଷ୍ପତ୍ତି ନେବାକୁ ଦୁଇପକ୍ଷଙ୍କୁ ରୋକିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳଙ୍କୁ ସୁପ୍ରିମକୋର୍ଟରେ ବଡ଼ ଆଶ୍ୱସ୍ତି ମିଳିଛି।ଶିନ୍ଦେଙ୍କ ଦଳର ୧୬ ଜଣ ବିଧାୟକଙ୍କ ଅଯୋଗ୍ୟତା ମାମଲାର ଶୁଶାଣି ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାରେ ଏକ ବେଞ୍ଚ ଗଠନ କରାଯିବ ବୋଲି କୋର୍ଟ କହିଛନ୍ତି। ଏହି ପ୍ରକ୍ରିୟା ଶେଷ ହେବାକୁ ସମୟ ଲାଗିବ ବୋଲି ଶୀର୍ଷକୋର୍ଟ କହିଛନ୍ତି।

ଏହା ବ୍ୟତୀତ ସୁପ୍ରିମକୋର୍ଟ ଉଦ୍ଧବ ଠାକରେ ଦଳକୁ ମଧ୍ୟ ଆଶ୍ୱସ୍ତି ପ୍ରଦାନ କରି ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଏହି ମାମଲାର ଶୁଣାଣି ଶେଷ ନହେବା ପର୍ଯ୍ୟନ୍ତ ସେ କୌଣସି ନିଷ୍ପତ୍ତି ନେବେ ନାହିଁ।

ଉଦ୍ଧବଙ୍କ ପକ୍ଷରୁ ହାଜର ହୋଇଥିବା ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଥିଲେ ଯେ ଆସନ୍ତାକାଲି (ମଙ୍ଗଳବାର) ବିଧାନସଭାରେ ଏହି ଅଯୋଗ୍ୟତା ମାମଲାର ଶୁଣାଣି ହେବ। ଯେପର୍ଯ୍ୟନ୍ତ ସୁପ୍ରିମକୋର୍ଟ ଶୁଣାଣି ନକରିଛନ୍ତି, ବାଚସ୍ପତିଙ୍କୁ ନିଷ୍ପତ୍ତି ନେବାକୁ ବାରଣ କରାଯିବା ଉଚିତ। ଏହା ଉପରେ ସିଜେଆଇ ଏନଭି ରମନା ବିଧାୟକଙ୍କ ଅଯୋଗ୍ୟତା ଉପରେ କୌଣସି ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି। ଏସମ୍ପର୍କରେ ବାଚସ୍ପତିଙ୍କୁ ଅବଗତ କରାଇବା ଲାଗି ରମନା ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri