Posted inଜାତୀୟ

ଅଯୋଗ୍ୟ ମାମଲାର ଶୁଣାଣି ଟଳିଲା, ନିଷ୍ପତ୍ତି ନେବାକୁ ଦୁଇପକ୍ଷଙ୍କୁ ରୋକିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳଙ୍କୁ ସୁପ୍ରିମକୋର୍ଟରେ ବଡ଼ ଆଶ୍ୱସ୍ତି ମିଳିଛି।ଶିନ୍ଦେଙ୍କ ଦଳର ୧୬ ଜଣ ବିଧାୟକଙ୍କ ଅଯୋଗ୍ୟତା ମାମଲାର ଶୁଶାଣି ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାରେ ଏକ ବେଞ୍ଚ ଗଠନ କରାଯିବ ବୋଲି କୋର୍ଟ କହିଛନ୍ତି। ଏହି ପ୍ରକ୍ରିୟା ଶେଷ ହେବାକୁ ସମୟ ଲାଗିବ ବୋଲି ଶୀର୍ଷକୋର୍ଟ କହିଛନ୍ତି।

ଏହା ବ୍ୟତୀତ ସୁପ୍ରିମକୋର୍ଟ ଉଦ୍ଧବ ଠାକରେ ଦଳକୁ ମଧ୍ୟ ଆଶ୍ୱସ୍ତି ପ୍ରଦାନ କରି ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଏହି ମାମଲାର ଶୁଣାଣି ଶେଷ ନହେବା ପର୍ଯ୍ୟନ୍ତ ସେ କୌଣସି ନିଷ୍ପତ୍ତି ନେବେ ନାହିଁ।

ଉଦ୍ଧବଙ୍କ ପକ୍ଷରୁ ହାଜର ହୋଇଥିବା ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଥିଲେ ଯେ ଆସନ୍ତାକାଲି (ମଙ୍ଗଳବାର) ବିଧାନସଭାରେ ଏହି ଅଯୋଗ୍ୟତା ମାମଲାର ଶୁଣାଣି ହେବ। ଯେପର୍ଯ୍ୟନ୍ତ ସୁପ୍ରିମକୋର୍ଟ ଶୁଣାଣି ନକରିଛନ୍ତି, ବାଚସ୍ପତିଙ୍କୁ ନିଷ୍ପତ୍ତି ନେବାକୁ ବାରଣ କରାଯିବା ଉଚିତ। ଏହା ଉପରେ ସିଜେଆଇ ଏନଭି ରମନା ବିଧାୟକଙ୍କ ଅଯୋଗ୍ୟତା ଉପରେ କୌଣସି ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି। ଏସମ୍ପର୍କରେ ବାଚସ୍ପତିଙ୍କୁ ଅବଗତ କରାଇବା ଲାଗି ରମନା ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri