Posted inଜାତୀୟ

ବିଧାୟକଙ୍କ ଅଯୋଗ୍ୟ ମାମଲା ବୃହତ୍‌ ଖଣ୍ଡପୀଠକୁ ଯାଇପାରେ, ବିଧାନସଭା ରେକର୍ଡକୁ ସୁରକ୍ଷିତ ରଖିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ …

ନୂଆଦିଲ୍ଲୀ,୨୦।୭ : ବିଦ୍ରୋହୀ ଶିବସେନା ବିଧାୟକଙ୍କ ଅଯୋଗ୍ୟ ମାମଲା ଉପରେ ସୁପ୍ରିମକୋର୍ଟ(ଏସ୍‌ସି)ରେ ଶୁଣାଣି ବୁଧବାର ସ୍ଥଗିତ ରଖାଯାଇଛି। ଏହି ପ୍ରସଙ୍ଗରେ ଆସନ୍ତା ଶୁକ୍ରବାର ସୁଦ୍ଧା ସମସ୍ତଙ୍କୁ ଉତ୍ତର ଦେବାକୁ ପଡିବ। ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧ ରେ  ହେବ। ବର୍ତ୍ତମାନ ଏହି ପ୍ରସଙ୍ଗରେ ଏକ ପୃଥକ ଖଣ୍ଡପୀଠ ଗଠନ କରାଯାଇପାରିବ। ଶୁଣାଣି ସମୟରେ ବିଧାନସଭା ପ୍ରକ୍ରିୟାକୁ ସଂରକ୍ଷଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ବରିଷ୍ଠ ଓକିଲ କପିଲ ସିବଲ ଉଦ୍ଧବ ଠାକରେଙ୍କ ପକ୍ଷରୁ ହାଜର ହୋଇ ବିଦ୍ରୋହୀ ବିଧାୟକଙ୍କ ଅଯୋଗ୍ୟତା ପାଇଁ ଆବେଦନ କରିଥିବାବେଳେ  ହରିଶ ସାଲଓ୍ବେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କ ତରଫରୁ ହାଜର ହୋଇଥିଲେ।

ତେବେ ମହାରାଷ୍ଟ୍ରର ରାଜନୈତିକ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ସୁପ୍ରିମକୋର୍ଟ ବର୍ତ୍ତମାନ ଏହି ମାମଲାର ଶୁଣାଣି ପାଇଁ ଏକ ବୃହତ୍‌ ଖଣ୍ଡପୀଠ ଗଠନ କରିପାରିବେ। ବୁଧବାର ମାମଲାର ଶୁଣାଣି ବେଳେ ପ୍ରଧାନ ବିଚାରପତି ଏନ.ଭି. ରମନା ଏହି ସଙ୍କେତ ଦେଇଛନ୍ତି। ଏହି ମାମଲାର ଶୁଣାଣି ପାଇଁ ଏକ ବୃହତ୍‌ ଖଣ୍ଡପୀଠ ଆବଶ୍ୟକ ହୋଇପାରେ ବୋଲି ସେ କହିଛନ୍ତି। ଏଥିସହ ସେ କହିଛନ୍ତି ଯେ ଖଣ୍ଡପୀଠ କିଭଳି ହେବ ସେନେଇ ବିଚାର କରି ଏହାର ଗଠନ ପାଇଁ କିଛି ସମୟ ଲାଗିପାରେ।

ଶିନ୍ଦେ ଗୋଷ୍ଠୀର ଓକିଲ ହରିଶ ସାଲଓ୍ବେ ଉଦ୍ଧବଙ୍କ ଦଳର ଆବେଦନ ଉପରେ ଉତ୍ତର ଦାଖଲ କରିବାକୁ ଏକ ସପ୍ତାହ ସମୟ ମାଗିଥିଲେ। ଏହା ଉପରେ କୋର୍ଟ କହିଛନ୍ତି ଯେ ସମସ୍ତ ପକ୍ଷ ସେମାନଙ୍କର ଲିଖିତ ଯୁକ୍ତି ଉପସ୍ଥାପନ କରିବା ଉଚିତ। ନିଜ ମଧ୍ୟରେ ଆଲୋଚନା କରନ୍ତୁ ଏବଂ ଶୁଣାଣି ହେବାକୁ ଥିବା ଦାବି ଗୁଡ଼ିକର ଏକ ସଂକଳନ ଦାଖଲ କରନ୍ତୁ।

ପ୍ରଧାନ ବିଚାରପତି ଏନ.ଭି ରମନା, ଜଷ୍ଟିସ କୃଷ୍ଣ ମୁରାରୀ ଏବଂ ହିମା କୋହଲିଙ୍କ ନେତୃତ୍ୱରେ ଗଠିତ ଏକ ୩ ଜଣିଆ ଖଣ୍ଡପୀଠ ଏହି ଆବେଦନ ଉପରେ ଶୁଣାଣି କରୁଛନ୍ତିି। ଏହାପୂର୍ବରୁ ସୁପ୍ରିମକୋର୍ଟ ଜୁଲାଇ ୧୧ରେ କହିଥିଲେ ଯେ ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଅଦାଲତ ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷଣା ଉପରେ ନିଷ୍ପତ୍ତି ନେଇ ପାରିବେ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri