ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍‌ଶୀଘ୍ର ବାଦ୍‌ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୬ରୁ ୩୧ ମଧ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେବା ଲାଗି ପ୍ରକ୍ରିୟା ଆରମ୍ଭ ହେବ। ହିତାଧିକାରୀଙ୍କ ତାଲିକାରେ ୧,୦୬,୬୩୧ ଜଣ ଅଯୋଗ୍ୟ ଥିବା ଜଣାପଡ଼ିଛି। କୃଷି ବିଭାଗ ଚିହ୍ନଟ ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଆଣିବା ପରେ ଦ୍ୱିତୀୟ ପର୍ଯ୍ୟାୟ କାଳିଆ ସହାୟତା ଦିଆଯିବ। ଟଙ୍କା ଫେରସ୍ତ କରିବାକୁ ଥିବା ହିତାଧିକାରୀଙ୍କ ପାଇଁ ବ୍ୟାଙ୍କ ଆକାଉଣ୍ଟ ନମ୍ବର ଜାରି କରାଯାଇଛି।
ଜିଲା କୃଷି ଅଧିକାରୀଙ୍କ ଦସ୍ତଖତ ଥିବା ଚିଠି ବ୍ଲକ ଓ ପଞ୍ଚାୟତସ୍ତରର ଅଧିକାରୀଙ୍କ ଜରିଆରେ ଅଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ। ଯେଉଁ ଆକାଉଣ୍ଟକୁ ଅର୍ଥ ଫେରସ୍ତ ଆସିବ, ସେହି ଆକାଉଣ୍ଟ ନମ୍ବର ଓ ଆଇଏଫ୍‌ଏସ୍‌ସି କୋଡ୍‌ ଚିଠିରେ ଉଲ୍ଲେଖ ରହିବ। ଏଥିଲାଗି ପୂର୍ବରୁ ସବୁ ଜିଲା କୃଷି ଅଧିକାରୀଙ୍କୁ ଚିଠି କରାଯିବା ସହ କାଳିଆ ଟଙ୍କା ଫେରସ୍ତ ଆଣିବା ପାଇଁ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ପ୍ରସ୍ତୁତ କରିବାକୁ କୁହାଯାଇଛି। ଏନେଇ କୃଷି ସଚିବ ସୌରଭ ଗର୍ଗ କହିଛନ୍ତି ଯେ, ୫୧ଲକ୍ଷ କାଳିଆ ହିତାଧିକାରୀଙ୍କ ମଧ୍ୟରୁ ୯୮ ପ୍ରତିଶତ ହେଉଛନ୍ତି ଯୋଗ୍ୟ। ଆଉ ୨ ପ୍ରତିଶତ ଅର୍ଥାତ୍‌ ୫୦ ହଜାର ହିତାଧିକାରୀ ଅଯୋଗ୍ୟ।
ଏନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି ଯେ, ଭୋଟ୍‌ ବେଳେ ଯୋଗ୍ୟ, ଅଯୋଗ୍ୟ ନ ଦେଖି ଟଙ୍କା ଦେଲେ। ଯୋଗ୍ୟଙ୍କୁ ନ ଦେଇ ବିଜେଡି ନେତା, କର୍ମୀଙ୍କୁ ଲିଷ୍ଟ ଅନୁସାରେ ଟଙ୍କା ବାଣ୍ଟିଲେ। ଯେଉଁ ଅଫିସର ଏଭଳି ଭୁଲ୍‌ ତାଲିକା କରିବାରେ ସମ୍ପୃକ୍ତ, ଏବେ ସେମାନଙ୍କଠାରୁ ଟଙ୍କା ଅଣାଯାଉ। ଭାଜପା କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ବିଜେଡି ନିର୍ବାଚନ ଜିତିବା ଓ କ୍ଷମତା ପାଇଁ କାଳିଆ ଯୋଜନା କରିଥିଲା। ଏବେ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ସହ ଅର୍ଥ ଫେରାଇବାକୁ କହି ଚାଷୀଙ୍କ ମନରେ ଭୟ ସୃଷ୍ଟି କରୁଛି ା କୃଷି ବିଭାଗ ରାଜ୍ୟର ୨ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ଅଯୋଗ୍ୟ ହିତାଧିକାରୀ ଦର୍ଶାଇ ନୋଟିସ ଦେବା ସହ ମାସେ ଭିତରେ ଟଙ୍କା ଫେରସ୍ତ ପାଇଁ ନିର୍ଦ୍ଦେଶ ଦେଇଛି। କରୋନା ବେଳେ ସରକାର ଚାଷୀଙ୍କୁ ତଳିତଳାନ୍ତ କରିବାକୁ ଷଡ଼ଯନ୍ତ୍ର କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri