ହସ୍ପିଟାଲରୁ ଶିଶୁପୁତ୍ରକୁ ଚୋରି କରି ନେଇଥିଲେ ଚୋର, ମା’ଙ୍କ ଅବସ୍ଥା ଦେଖି ରାସ୍ତାରେ ଶୁଆଇ ଚାଲିଗଲେ

ଜୟପୁର,୧୦ା୭: ରାଜସ୍ଥାନର ବାଡମେର ଜିଲା ହସ୍ପିଟାଲରୁ ଏକ ଶିଶୁପୁତ୍ର ଚୋରି ହୋଇଥିଲା। ତେବେ ତିନିଦିନ ପରେ ଏହି ଶିଶୁପୁତ୍ର ମିଳିଛି। ହସ୍ପିଟାଲରୁ ପୁଅକୁ କେହି ଚୋରି କରିନେବା ଜାଣି କମଳା ନାମକ ଜଣେ ମହିଳା କାନ୍ଦି କାନ୍ଦି ନୟାନ୍ତ ହୋଇପଡ଼ିଥିଲେ। ଫଳରେ ସମଗ୍ର ହସ୍ପିଟାଲରେ ଏହି ଖବର ବ୍ୟାପି ଯାଇଥିଲା।

ହସ୍ପିଟାଲରୁ ଚୋରି ହୋଇଥିବା ଶିଶୁପୁତ୍ରକୁ ପୋଲିସ ଏବଂ ପ୍ରଶାସନ ଖୋଜିବାରେ ଲାଗିପଡ଼ିଥିଲେ। ହଠାତ୍‌ ବାଡମେର ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଥିଲା। କାରଣ ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ଏକ ବ୍ୟାଗ୍‌ ପଡ଼ିଥିଲା। ଯେଉଁଥିରେ ଏକ ଶିଶୁପୁତ୍ରକୁ ରଖାଯାଇଥିଲା। ପରେ ହସ୍ପିଟାଲ କର୍ମଚାରୀଙ୍କୁ ଖବର ଦିଆଯାଇଥିଲା। ପରେ ଶିଶୁପୁତ୍ରକୁ ହସ୍ପିଟାଲ ଅଣାଯାଇଥିଲା। ପୁଅକୁ ପାଇ କମଳା ବହୁତ ଖୁସି ଅଛନ୍ତି। ମାତ୍ର ଚୋରର ସନ୍ଧାନ ମିଳିନାହିଁ। ପୋଲିସ ଚାରିଆଡ଼େ ଖୋଜୁଛି। ଶିଶୁପୁତ୍ରକୁ ଚୋରି କରି କରିଥିବା ଚୋର କମଳାଙ୍କ ଏପରି ଅବସ୍ଥା ଦେଖି ଛାଡ଼ି ଚାଲିଯାଇଛି ବୋଲି ଚାରିଆଡ଼େ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri