Posted inଖେଳ

ଅଲିମ୍ପିକ୍ସ ଆରମ୍ଭ ହେବା ପରେ ଶୀର୍ଷରେ ସଂକ୍ରମଣ

ଟୋକିଓ,୨୮।୭(ପି.ଟି.): ଅଲିମ୍ପିକ୍ସ ଆରମ୍ଭ ହେବାର ୫ ଦିନରେ ଟୋକିଓରେ କରୋନା ଭାଇରସଜନିତ ସଂକ୍ରମଣ ଶୀର୍ଷରେ ପହଞ୍ଚିଛି। ଫଳରେ ଆୟୋଜକମାନଙ୍କ ଚିନ୍ତା ବଢିଛି। ୨୭ ତାରିଖ ମଙ୍ଗଳବାର ଟୋକିଓରେ କୋଭିଡ୍‌-୧୯ କେସ ୨,୮୪୮ରେ ପହଞ୍ଚିଛି। ପୂର୍ବ ରେକର୍ଡ (୨,୫୨୦)କୁ ଏହା ପଛରେ ପକାଇଛି। ଗତବର୍ଷ ମହାମାରୀ ଆରମ୍ଭ ପରଠାରୁ ଟୋକିଓରେ ଏହି ସଂକ୍ରମଣ ଏବେ ୨ ଲକ୍ଷରେ ପହଞ୍ଚିଛି।
ଟୋକିଓରେ ଇମର୍ଜେନ୍ସି ଜାରି ରହିଛି। ଅଲିମ୍ପିକ୍ସ ଶେଷ ହେବା ପର୍ଯ୍ୟନ୍ତ ଏହା ଜାରି ରହିବ। ଅଗଷ୍ଟ ଶେଷ ଆଡକୁ ପାରା ଅଲିମ୍ପିକ୍ସ ଆରମ୍ଭ ହେବା ପୂର୍ବ ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି କୁହାଯାଇଛି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ମେଗା ଇଭେଣ୍ଟରେ ଡେଲଟା ଭାରିଆଣ୍ଟର ପ୍ରଭାବ ଦେଖିବାକୁ ମିଳିବ ବୋଲି ବିଶେଷଜ୍ଞମାନେ ସତର୍କ କରାଇଥିଲେ। ଜାପାନରେ ଟିକାକରଣ ବିଳମ୍ବରେ ଆରମ୍ଭ ହୋଇଥିଲା ଓ ଏହା ମନ୍ଥରଗତିରେ ଚାଲିଥିଲା। ଏ ପର୍ଯ୍ୟନ୍ତ ୨୫.୫ ପ୍ରତିଶତ ଲୋକଙ୍କର ସମ୍ପୂର୍ଣ୍ଣ ଟିକାକରଣ ହୋଇଛି ବୋଲି ଜାପାନ ସରକାରଙ୍କ ତରଫରୁ କୁହାଯାଇଛି। ଅନ୍ୟ ଦେଶଗୁଡିକ ତୁଳନାରେ ଜାପାନରେ ମୃତ୍ୟୁ ହାର କିନ୍ତୁ ଯଥେଷ୍ଟ କମ୍‌ ରହିଛି। ଜାପାନରେ ଏ ପର୍ଯ୍ୟନ୍ତ ମୋଟ ୮,୭୦, ୪୪୫ କେସ୍‌ ଚିହ୍ନଟ ହୋଇଥିବା ବେଳେ ମାତ୍ର ୧୫,୧୨୯ ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri