ଥମୁଛି ସଂକ୍ରମଣ, ସବ୍‌ ଭାରିଆଣ୍ଟ ନେଇ ଆତଙ୍କ,ପୁଣି ଫେରିଲା ମାସ୍କ…

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ହଜାର ଉପରେ ରହିଛି। ଏହା ୨,୧୨୮ରହିଛି। ଗୋଟିଏ ଦିନ ତଳେ ଏହା ୧,୯୪୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୭ ରହିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୫ ହଜାର ୫୧୦ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୨୫ ହଜାର ୯୬୮ ଥିଲା। ସେହିପରି ୨୪ ଘଣ୍ଟାରେ ୨ ହଜାର ୫୭୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨ ହଜାର ୪୧୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୪୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୩୬ ହଜାର ୫୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୮୨ ହଜାର ୬୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌ ଭାରିଆଣ୍ଟ୍‌ ଚାଇନାରେ ଦ୍ରୁତ ବେଗରେ ସଂକ୍ରମଣ ହେଉଛି। ଏହା ଭାରତର ଚିନ୍ତା ବଢ଼ାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମାସ୍କ୍‌ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri