ଷ୍ଟାମ୍ପ କାଳିରୁ ସଂକ୍ରମଣ

ଢେଙ୍କାନାଳ ଅଫିସ, ୬ା୮
ବିମାନ ବନ୍ଦରର ଷ୍ଟାମ୍ପ କାଳି ପାଇଁ ହାତରେ ସୃଷ୍ଟି ହୋଇଛି ଗୁରୁତର ସଂକ୍ରମଣ। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ କାଲ୍‌ଟ୍ୟାକ୍ସ ଅଞ୍ଚଳର ଜୟନ୍ତୀ ମହାପାତ୍ର (୫୮)। ଗତ ଅଗଷ୍ଟ ୫ ସନ୍ଧ୍ୟା ପ୍ରାୟ ୭ଟା ୧୫ରେ ସେ ବାଙ୍ଗାଲୋରରୁ ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଥିଲେ। ଗୋଡ଼ ଫ୍ୟାକ୍ଚର ହୋଇଥିବାରୁ ସେ ହୁଇଲ ଚେୟାରରେ ଆସୁଥିଲେ। ବିମାନ ବନ୍ଦରର କର୍ମଚାରୀମାନେ ତାଙ୍କ ଡାହାଣ ହାତରେ କୋଭିଡ୍‌-୧୯ ନିୟମ ଅନୁଯାୟୀ ଷ୍ଟାମ୍ପ୍‌ ଲଗାଇଥିଲେ। ସେଠାରୁ ଏକ ଗାଡ଼ିରେ ଜୟନ୍ତୀ ଢେଙ୍କାନାଳ ଆସିଥିଲେ। ଘରକୁ ଆସି ଦେଖିବା ବେଳକୁ ତାଙ୍କ ହାତରେ ସଂକ୍ରମଣ ହୋଇସାରିଥିଲା। ୬ ତାରିଖରୁ ଜଣେ ଡାକ୍ତରଙ୍କ ସହ ପରାମର୍ଶ କରି ସେ ଔଷଧ ସେବନ କରୁଛନ୍ତି। ବିମାନରେ ଆସୁଥିବା ଯାତ୍ରୀମାନେ ଏଥିପ୍ରତି ସତର୍କ ରହିବାକୁ ଜୟନ୍ତୀ ନିବେଦନ କରିଛନ୍ତି। ଏ ସମ୍ପର୍କରେ ସିଡିଏମ୍‌ଓ ଡା. ସୁଜାତାରାଣୀ ମିଶ୍ର କୁହନ୍ତି, ଏଭଳି ଘଟଣା ସେ ପ୍ରଥମ ଥର ଶୁଣୁଛନ୍ତି। ଯଦି ଏଭଳି କିଛି ହୋଇଛି, ତେବେ କେବଳ ଆଇସ୍‌କୁଲ ୱାଟରରେ ଧୋଇଲେ କ୍ଷତ ଉପଶମ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri