ସୀମାନ୍ତ ଜିଲାରେ ସଂକ୍ରମଣ ବଢୁଛି

ଭୁବନେଶ୍ୱର, ୨୧।୪ (ବ୍ୟୁରୋ):  ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ତେବେ ରାଜ୍ୟର ଅନ୍ୟ ଜିଲା ତୁଳନାରେ ସୀମାବର୍ତ୍ତୀ ଜିଲାଗୁଡିକରେ ସଂକ୍ରମଣ ବଢୁଛି। ବିଶେଷକରି ନବରଙ୍ଗପୁର, ସମ୍ବଲପୁର, ନୂଆପଡ଼ା ଆଦି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନବରଙ୍ଗପୁର ଓ ମାଲକାନଗିରି ଓ ନବରଙ୍ଗପୁର ଗସ୍ତ କରି କୋଭିଡ୍‌ ସ୍ଥିତି ସମୀକ୍ଷା କରିଥିଲେ। ସେଠାରୁ ଫେରିବା ପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହା ପ୍ରତିକ୍ରିୟା ଦେଇଛନ୍ତି। ସେ ଆହୁରି କହିଛନ୍ତି, ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଉଛି। ଏଥିସହ ହୋମ୍‌ ଆଇସୋଲେସନରେ ଥିବା ସଂକ୍ରମିତଙ୍କୁ ଅଧିକ ମନିଟରିଂ କରାଯାଉଛି। ତେବେ ସଂକ୍ରମଣ କେବେ କମିବ, ତାହା କହିବା ଏବେ କଷ୍ଟକର। କୋଭିଡ୍‌ ପିକ୍‌ ନେଇ ସାରିଥିବା ରାଜ୍ୟ ଏବେ ପ୍ଲାଟୋ ଷ୍ଟେଜକୁ ଆସି ଗଲାଣି। ଷ୍ଟେବୁଲ ହେବା ପର୍ଯ୍ୟନ୍ତ ସତର୍କ ରହିବାକୁ ପଡିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସତର୍କ କରାଇଛନ୍ତି।
ଅପରପକ୍ଷେ ବର୍ଷା ପୂର୍ବରୁ ମ୍ୟାଲେରିଆ ଓ ଡାଇରିଆ ଅନ୍ୟ ଏକ ମୁଖ୍ୟ ସମସ୍ୟା ଥିବାରୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ସ୍ଥିତିର ସମୀକ୍ଷା କରିଥିଲେ। ଏଥିସହ ଆଗରୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ପୂର୍ବରୁ ସବୁ ଜଳ ଉତ୍ସ ବିଶୋଧନ କରିବାକୁ ନିର୍ଦେଶ ଦିଆଯାଇଛି। ସେହିପରି ପଞ୍ଚାୟତିରାଜ ବିଭାଗ ସହ ସମନ୍ବୟ ରକ୍ଷା କରି ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri