ସୀମାନ୍ତ ଜିଲାରେ ସଂକ୍ରମଣ ବଢୁଛି

ଭୁବନେଶ୍ୱର, ୨୧।୪ (ବ୍ୟୁରୋ):  ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ତେବେ ରାଜ୍ୟର ଅନ୍ୟ ଜିଲା ତୁଳନାରେ ସୀମାବର୍ତ୍ତୀ ଜିଲାଗୁଡିକରେ ସଂକ୍ରମଣ ବଢୁଛି। ବିଶେଷକରି ନବରଙ୍ଗପୁର, ସମ୍ବଲପୁର, ନୂଆପଡ଼ା ଆଦି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନବରଙ୍ଗପୁର ଓ ମାଲକାନଗିରି ଓ ନବରଙ୍ଗପୁର ଗସ୍ତ କରି କୋଭିଡ୍‌ ସ୍ଥିତି ସମୀକ୍ଷା କରିଥିଲେ। ସେଠାରୁ ଫେରିବା ପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହା ପ୍ରତିକ୍ରିୟା ଦେଇଛନ୍ତି। ସେ ଆହୁରି କହିଛନ୍ତି, ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଉଛି। ଏଥିସହ ହୋମ୍‌ ଆଇସୋଲେସନରେ ଥିବା ସଂକ୍ରମିତଙ୍କୁ ଅଧିକ ମନିଟରିଂ କରାଯାଉଛି। ତେବେ ସଂକ୍ରମଣ କେବେ କମିବ, ତାହା କହିବା ଏବେ କଷ୍ଟକର। କୋଭିଡ୍‌ ପିକ୍‌ ନେଇ ସାରିଥିବା ରାଜ୍ୟ ଏବେ ପ୍ଲାଟୋ ଷ୍ଟେଜକୁ ଆସି ଗଲାଣି। ଷ୍ଟେବୁଲ ହେବା ପର୍ଯ୍ୟନ୍ତ ସତର୍କ ରହିବାକୁ ପଡିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସତର୍କ କରାଇଛନ୍ତି।
ଅପରପକ୍ଷେ ବର୍ଷା ପୂର୍ବରୁ ମ୍ୟାଲେରିଆ ଓ ଡାଇରିଆ ଅନ୍ୟ ଏକ ମୁଖ୍ୟ ସମସ୍ୟା ଥିବାରୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ସ୍ଥିତିର ସମୀକ୍ଷା କରିଥିଲେ। ଏଥିସହ ଆଗରୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ପୂର୍ବରୁ ସବୁ ଜଳ ଉତ୍ସ ବିଶୋଧନ କରିବାକୁ ନିର୍ଦେଶ ଦିଆଯାଇଛି। ସେହିପରି ପଞ୍ଚାୟତିରାଜ ବିଭାଗ ସହ ସମନ୍ବୟ ରକ୍ଷା କରି ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri