୪ ସହରରେ ସଂକ୍ରମଣ ବଢ଼ୁଛି

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ରାଜ୍ୟରେ ଏବେ କରୋନା ଉପରମୁହାଁ ରହିଛି। ୪ଟି ସହରରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର, କଟକ, ପୁରୀ ଏବଂ ରାଉରକେଲାରେ କରୋନା ସଂକ୍ରମଣ ବଢ଼ୁଥିବା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ଧଳ କହିଛନ୍ତି। ସେ କହିଛନ୍ତି, ଯଦିଓ ସଂକ୍ରମଣ ଏବେ ବଢ଼ୁଛି, କିନ୍ତୁ ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟରେ ସକ୍ରିୟ ମାମଲା ପ୍ରାୟ ୩୨୦୦ ରହିଛି। ମାତ୍ର ୧ ପ୍ରତିଶତ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ମାସକ ତଳେ ୧୦ ହଜାର ଟେଷ୍ଟିଂ ହେଉଥିବାବେଳେ ଏବେ ୧୫ ହଜାର ହେଉଛି। ରବିବାର ଏବଂ ଅନ୍ୟ ଛୁଟି ଦିନରେ ଟେଷ୍ଟିଂ କମ୍‌ ରହିବ। ଆମେ ଦିନକୁ ୨୫ ହଜାର ପର୍ଯ୍ୟନ୍ତ ଟେଷ୍ଟିଂ କରିବାର ଯୋଜନା ରଖିଛୁ ବୋଲି ସ୍ବାସ୍ଥ୍ୟ ସଚିବ ପ୍ରକାଶ କରିଛନ୍ତି। ରାଜ୍ୟରେ ଟିକାକରଣ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ପୂର୍ବରୁ ଦ୍ୱିତୀୟ ଓ ତୃତୀୟ ଡୋଜ ଭିତରେ ୯ ମାସର ବ୍ୟବଧାନ ରହୁଥିଲା। ଏବେ ତାହାକୁ କମାଇ ୬ ମାସ କରାଯାଇଛି। ସରକାର ସମ୍ମୁଖ ଯୋଦ୍ଧା, ୬୦ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାଗଣାରେ ଟିକା ଦେଉଛନ୍ତି। ୧୮ରୁ ୫୯ ବର୍ଷ ବୟସର ଲୋକଙ୍କୁ ଘରୋଇ ହସ୍ପିଟାଲରେ ଟିକା ନେବାକୁ ପଡ଼ିବ। ୧୫ରୁ ୫୯ ବର୍ଷ ବୟସର ଲୋକଙ୍କୁ ମାଗଣାରେ ତୃତୀୟ ଡୋଜ ଦିଆଯିବ କି ନାହିଁ ସେ ସମ୍ପର୍କରେ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ଚଳିତ ସପ୍ତାହରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ବୈଠକ ଅଛି। ସେଠାରେ ଏ ନେଇ ଆଲୋଚନା କରାଯିବ। ଆବଶ୍ୟକ ପଡ଼ିଲେ ତୃତୀୟ ଡୋଜ ମାଗଣା ଦେବା ନେଇ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବୁ ବୋଲି ସ୍ବାସ୍ଥ୍ୟ ସଚିବ ଧଳ କହିଛନ୍ତି।
ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ସମଗ୍ର ଦେଶରେ ସଂକ୍ରମଣ ବଢ଼ିଥିବାବେଳେ ଆମ ରାଜ୍ୟରେ ବି ଏବେ ୫ଶହ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ହେଲେ ଏବେ ଆକ୍ରାନ୍ତ ପୂର୍ବପରି ଗୁରୁତର ହେଉନାହାନ୍ତି। ପ୍ରଥମ ଓ ଦ୍ୱିତୀୟ ଲହରରେ ୧୫% ଲୋକ ମେଡିକାଲ ଯାଉଥିଲେ। ଏବେ ପ୍ରାୟ ୧% ଆକ୍ରାନ୍ତ ହସ୍ପିଟାଲରେ ରହିଛନ୍ତି। ଅଧିକାଂଶ ଲୋକ ବିନା ଲକ୍ଷଣଯୁକ୍ତ ରହୁଥିବାବେଳେ ଗୁରୁତର ହେଉନାହାନ୍ତି। ଓଡ଼ିଶାରେ ସେହି ଓମିକ୍ରନ ଭାରିଆଣ୍ଟ ରହିଛି। ଗତ ୪ ମାସ ହେବ ରାଜ୍ୟରେ ଆଉ ଡେଲଟା ଭାରିଆଣ୍ଟର ଉପସ୍ଥିତି ନାହିଁ। ମାତ୍ର ଲକ୍ଷଣ ଥିଲେ ପରୀକ୍ଷା କରି ଆଇସୋଲେଟ ହୋଇ ରୁହନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ଆମ ରାଜ୍ୟରେ ଉପରମୁହାଁ ହେଉଥିବା ଟ୍ରେଣ୍ଡ କିଛି ପରିମାଣରେ ବଢ଼ିବ, ମାତ୍ର ସେପରି ଭୟଙ୍କର ହେବ ନାହିଁ। ଯାହା ଅନୁମାନ କରାଯାଉଛି, ଏହା ବେଶି ଦିନ ରହିବ ନାହିଁ ଏବଂ ଖୁବ୍‌ ଶୀଘ୍ର ତଳମୁହାଁ ହେବ ବୋଲି ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri