ସଂକ୍ରମଣ ହାର ୨.୯୮ ପ୍ରତିଶତ…

ନୂଆଦିଲ୍ଲୀ, ୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬୩ ହଜାର ତଳେ ରହିଛି। କେରଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦେଶରେ ସଂକ୍ରମଣ ହାର ୨.୯୮ ପ୍ରତିଶତରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଏହା ୭,୯୪୬ ରହିଛି। ଗୋଟିଏ ଦିନ ତଳେ ଏହା ୭,୨୩୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୬୨ ହଜାର ୭୪୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୪ ହଜାର ୬୬୭ ଥିଲା। ସେହିପରି ୨୪ ଘଣ୍ଟାରେ ୯ ହଜାର ୮୨୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୮୨୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର୯୧୧ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୨୮ ହଜାର ୩୯୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୮ ଲକ୍ଷ ୪୫ ହଜାର ୬୮୦ଜଣ ସୁସ୍ଥ ହୋଇ ସାରିଛନ୍ତି।

Share