ଭାରି ପଡ଼ିଲାଣି ସହ ସଂକ୍ରମଣ

ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ତଳକୁ ରହିଛି। ହେଲେ ଆଶାଜନକ ଭାବେ ସଂକ୍ରମଣ ସଂଖ୍ୟା କମି ନାହିଁ। କିଛି ଜିଲାରେ ସ୍ଥିତି ଜଟିଳ ରହିଛି। ଗୋଟେ ପଟେ କରେନା ସଂକ୍ରମଣର ଭୟ ଯାଇ ନ ଥିବାବେଳେ ଏବେ ସହସଂକ୍ରମଣ ଭାରି ପଡ଼ିଗଲାଣି। ଜଳବାହିତ ରୋଗ ଓ ମଶାଙ୍କ ଦ୍ୱାରା ହେଉଥିବା ରୋଗକୁ ନେଇ ଚିନ୍ତା ବଢ଼ିଲାଣି। କାରଣ ଡେଙ୍ଗୁ, ଚିକନଗୁନିଆ ରୋଗ କିମ୍ବା ଜଳବାହିତ ରୋଗର ଶିକାର ହୋଇଥିବା ବ୍ୟକ୍ତି ଯଦି କରୋନାରେ ସଂକ୍ରମିତ ହୁଅନ୍ତି ତେବେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାର ଆଶଙ୍କା ରହିଛି। ଏଥିପ୍ରତି ସଜାଗ ରହିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ଚେତାଇ ଦେଇଛନ୍ତି। ସହ ସଂକ୍ରମଣ ନ ରୋକିଲେ ଆଗକୁ ସ୍ଥିତି ଅସମ୍ଭାଳ ହୋଇଯିବ। କୌଣସି ସହସଂକ୍ରମଣ ଆସିଲେ ହସ୍ପିଟାଲ ମ୍ୟାନେଜମେଣ୍ଟ ପରିଚାଳନାରେ ସମସ୍ୟା ହେବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେଣୁ କରୋନା କାଳରେ ବର୍ଷାଦିନେ ଅଧିକ ସତର୍କ ରହିବାକୁ ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ସତର୍କତାର ସହ ପଦକ୍ଷେପ ନେବା ସହ ନାଳ ନର୍ଦ୍ଦମା ପରିଷ୍କାରଠାରୁ ଆରମ୍ଭ କରି ଲୋକେ ଯେପରି ଶୁୁଦ୍ଧ ପିଇବା ପାଣି ପାଇବେ ସେନେଇ ନିଶ୍ଚିତ କରିବାକୁ କୁହାଯାଇଛି।
ଅପରପକ୍ଷରେ ରାଜ୍ୟରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଥିବାବେଳେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ପାଖାପାଖି ଥିବାବେଳେ ଭୁବନେଶ୍ୱରରୁ କେବଳ ୪୨୧ଜଣ ରହିଛନ୍ତି। ନୀଳାଦ୍ରି ବିହାର ଓ ଶୈଳଶ୍ରୀ ବିହାରରେ ଡେଙ୍ଗୁ ରେଗୀଙ୍କ ସଂଖ୍ୟା ବଢ଼ୁଥିବା ଦେଖାଯାଉଛି। ଡେଙ୍ଗୁ, ମ୍ୟାଲେରିଆ ହେଉ ବା ଅନ୍ୟ ଜଳବାହିତ ରୋଗ ତାକୁ ମୁକାବିଲା କରିବା ବିଏମ୍‌ସି ପାଇଁ ଏବେ ଚ୍ୟାଲେଞ୍ଜ ପାଲଟିଛି। ରାଜଧାନୀରେ ଡେଙ୍ଗୁ ଓ ମ୍ୟାଲେରିଆ ପ୍ରତିକାର ପାଇଁ ଯେଉଁସବୁ ପ୍ରତିଷେଧକ ବ୍ୟବସ୍ଥା ବର୍ଷାଦିନ ପୂର୍ବରୁ ବିଏମ୍‌ସି ପକ୍ଷରୁ ନିଆଯିବା କଥା ତାହା କରାଯାଇ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ବିଶେଷକରି ସହରର ନାଳ, ନର୍ଦ୍ଦମା ଓ ପାଣି ଜମି ରହୁଥିବା ସ୍ଥାନକୁ ପରିଷ୍କାର କରାଯିବା ସହ ମଶା ତେଲ ପକାଇବା ଏବଂ ମଶା ଧୂଆଁ ଛାଡ଼ିବା ଆଦି କାର୍ଯ୍ୟ ଠିକ୍‌ ଭାବେ ହୋଇ ନ ଥିବାରୁ ଏବେ ଏଭଳି ସ୍ଥିତି ସୃଷ୍ଟି ହୋଇଛି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି।
ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସଚେତନ ହେବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଜ୍ୱର ସହ ଗୋଡ଼ ହାତ ଘୋଳା ବିନ୍ଧା ହେଲେ ଟେଷ୍ଟ କରାଇ ନେବା ଜରୁରୀ। କ୍ୟାପିଟାଲ, ଆର୍‌ଏମ୍‌ଆର୍‌ସି, ଏମ୍‌ସ, ଖୋର୍ଦ୍ଧା ଜିଲା ମେଡିକାଲରେ ଟେଷ୍ଟ କରିବାକୁ ସେ ପରାମର୍ଶ ଦେଇଛନ୍ତି।
ସେପଟେ ଭୁବନେଶ୍ୱରରେ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଥିବାବେଳେ ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଯଦି ମୃତ୍ୟୁ ହୋଇଥାଏ, ଘରୋଇ ହସ୍ପିଟାଲରେ ହୋଇଥିବ। କିନ୍ତୁ ଏନେଇ ବିଭାଗ ନିକଟକୁ କୌଣସି ରିପୋର୍ଟ ଆସିନାହିଁ। ଏସମ୍ପର୍କରେ ବିଏମ୍‌ସି କମିଶନର ସଞ୍ଜୟ ସିଂ କହିଛନ୍ତି, ଆମ ପାଖରେ ମୃତ୍ୟୁର କୌଣସି ସୂଚନା ନାହିଁ। ଖବର ପାଇବା ପରେ ଏହାର ତର୍ଜମା କରଯାଉଛି। ଏଥିସହ ସହରରେ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇ କାର୍ଯ୍ୟ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri