ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ଶୁକ୍ରବାର ରାଜ୍ୟରେ ୨,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୨,୩୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧,୩୪୨ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୯୨ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୮୦ ଓ କଟକରୁୁ ୩୭୧ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୬୪, ବାଲେଶ୍ୱର ୧୬୪, ବରଗଡ଼ ୧୭, ଭଦ୍ରକ ୧୨୧, ବଲାଙ୍ଗୀର ୬, ବୌଦ୍ଧ ୧୩, ଦେବଗଡ଼ ୫, ଢ଼େଙ୍କାନାଳ ୩୪, ଗଜପତି ୨, ଗଞ୍ଜାମ ୬, ଜଗତସିଂହପୁର ୧୦୧, ଯାଜପୁର ୧୭୯, ଝାରସୁଗୁଡ଼ା ୬, କଳାହାଣ୍ଡି ୯, କନ୍ଧମାଳ ୨୯, କେନ୍ଦ୍ରାପଡ଼ା ୧୯୬, କେନ୍ଦୁଝର ୫୧, କୋରାପୁଟ ୧୯, ମାଲକାନଗିରି ୧୩, ମୟୁରଭଞ୍ଜ ୧୦୪, ନବରଙ୍ଗପୁର ୭, ନୟାଗଡ଼ ୯୪, ନୂଆପଡ଼ା ୩, ପୁରୀ ୧୦୬, ରାୟଗଡ଼ା ୩୮, ସମ୍ବଲପୁର ୨୧, ସୁବର୍ଣ୍ଣପୁର ୧୨, ସୁନ୍ଦରଗଡ଼ ୮୭ ଓ ଷ୍ଟେଟ ପୁଲରୁ ୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୩୭,୪୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୦୬,୫୧୯ଜଣ ସୁସ୍ଥ ହୋଇଥିବା ବେଳେ ୨୬,୩୬୪ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri