ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି।

ତେବେ ଗତ ୫ ଦିନ ଧରି ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ କରୋନାରେ ୩୩୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୪୦୪ ରେ ପହଞ୍ଚିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୭ ହଜାର ୧୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୪ ପ୍ରତିଶତ ରହିଛି।

ଅପରପକ୍ଷରେ ୩ ଲକ୍ଷ ୬୨ ହଜାର ୨୦୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୩ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୨୧୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୫ କୋଟି ୨୨ ଲକ୍ଷ ୩୮ ହଜାର ୩୨୪ ଜଣଙ୍କୁ ଟିକାଦାନ ସରିଛି।

ଗତ ୨୪ ଘଣ୍ଟାରେ ୭୮ ଲକ୍ଷ ୬୬ ହଜାର ୯୫୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୪ କୋଟି ୪୫ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୪ ଲକ୍ଷ ୮୪ ହଜାର ୧୫୯ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୨ ଲକ୍ଷ ୮୯ ହଜାର ୫୭୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଛି। କେରଳ ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri