ଅମାନିଆଙ୍କ ଲାଗି ବଢୁଛି ସଂକ୍ରମଣ

ଭୋଗରାଇ, ୨୬।୪(ଡି.ଏନ.ଏ.):  ପଶ୍ଚିମବଙ୍ଗରେ କରୋନାର ନୂଆ ଷ୍ଟ୍ରେନ ଦେଖାଦେବା ପରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସ୍ବାସ୍ଥ୍ୟବିଭାଗ, ପ୍ରଶାସନ, ସାମାଜିକ ଅନୁଷ୍ଠାନ ଏଥିପ୍ରତି ସତର୍କ ରହି ସଚେତନତା କରୁଥିବା ବେଳେ ଅମାନିଆଙ୍କ ପାଇଁ ଭୋଗରାଇ ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କାମଧନ୍ଦା ନ ପାଇ ଏହି ଅଞ୍ଚଳରୁ ପ୍ରାୟ ୨୦ହଜାର ବେକାର ଯୁବକ ବାହାର ରାଜ୍ୟକୁ ଦାଦାନ ଖଟିବାକୁ ଯାଇଥିଲେ। ଅନ୍ୟ ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରୁଥିବାରୁ ପ୍ରବାସୀମାନେ ଏବେ ଘରମୁହାଁ ହୋଇଛନ୍ତି। ସେମାନଙ୍କୁ ହୋମ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଥିବା ବେଳେ କେତେକ ଅମାନିଆ ଘରୁ ବାହାରକୁ ବାହାରି ଚଲାବୁଲା କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ହାଟବଜାରରେ ବିନା ମାସ୍କରେ ଗହଳି କରିବା ସହିତ ବିବାହ, ପୂଜା ଓ ଅନ୍ୟ ଉତ୍ସବରେ ଖୁଲମଖୁଲା ଭିଡ଼ କରୋନାକୁ ଆମନ୍ତ୍ରଣ କରୁଛି।
ଅପରପକ୍ଷରେ ପ୍ରବାସୀଙ୍କ ପାଇଁ ଭୋଗରାଇ ଉପାନ୍ତ ସାହାବାଜିପୁର ମହାବିଦ୍ୟାଳୟ, ବାତ୍ୟା ଆଶ୍ରୟସ୍ଥଳୀ, ବାଡ଼ସରିଷା ହାଇସ୍କୁଲ ଓ ସରସ୍ବତୀପୁର ନୋଡ଼ାଲ ହାଇସ୍କୁଲରେ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି। ଭୋଗରାଇର ୩୬ଟି ରାସ୍ତା ପଶ୍ଚିମବଙ୍ଗକୁ ସଂଯୋଗ କରିଥିବା ବେଳେ ପୋଲିସ ପ୍ରଚଣ୍ଡ ଖରାରେ ୨୪ଘଣ୍ଟିଆ ପହରା ଦେଉଛି। କିନ୍ତୁ ଉଭୟ ରାଜ୍ୟର ସୀମାନ୍ତବାସୀ ଜରୁରୀ କାର୍ଯ୍ୟରେ କୌଶଳକ୍ରମେ ଗଳାବାଟ ଓ ଧାନଜମି ଦେଇ ଯାତାୟାତ କରୁଛନ୍ତି। ଭୋଗରାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ୧୫୧ ଜଣ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ରବିବାର ଅପରାହ୍ନ ସୁଦ୍ଧା ଆଉ ୧୫ଜଣ ସଂକ୍ରମିତ ହୋଇଥିବା ଚିକିତ୍ସାଧିକାରୀ କମଳାକାନ୍ତ ଜେନା ସୂଚନା ଦେଇଛନ୍ତି। ଏଥିସହିତ ୫୦ ପଞ୍ଚାୟତରେ ସ୍ବାସ୍ଥ୍ୟକର୍ମୀମାନେ ଗାଁ ଗାଁ ପରିକ୍ରମା କରି ପ୍ରବାସୀଙ୍କ ନିମନ୍ତେ ସଚେତନତା ବାର୍ତ୍ତା ବାଣ୍ଟୁଥିବା ଦୃଷ୍ଟିକୁ ଆସୁଛି। ଏଭଳି ସ୍ଥିତିରେ ଭୋଗରାଇରେ ୧ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ସହ ଅନ୍ୟୁନ ୨୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲିବାକୁ କଂଗ୍ରେସ ନେତା ସତ୍ୟଶିବ ଦାସ, ଆଶିଷ କୁମାର ପାତ୍ର, ସନ୍ତୋଷ ଜେନା ପ୍ରମୁଖ ସରକାରଠାରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?