ମହାରାଷ୍ଟ୍ର, କେରଳରେ ବଢ଼ୁଛି ସଂକ୍ରମଣ

ମୁମ୍ବାଇ/ନୂଆଦିଲ୍ଲୀ, ୧୩।୭: ମହାରାଷ୍ଟ୍ର ଏବଂ କେରଳରେ କରୋନା ଭୂତାଣୁର ‘ଆର୍‌’ ଫ୍ୟାକ୍ଟର (ସଂକ୍ରମଣ ହାର) ବଢ଼ୁଥିବାରୁ ଏହାର ଚିନ୍ତାର କାରଣ ହୋଇଛି। ଏହା ଉକ୍ତ ରାଜ୍ୟରେ ସଂକ୍ରମଣର ଆଉ ଏକ ଲହର ଆଣିବା ଆଶଙ୍କା କରାଯାଉଛି। ଆର୍‌ ଫ୍ୟାକ୍ଟର ହେଉଛି ଭୂତାଣୁ ସଂକ୍ରମଣକୁ ଚିହ୍ନଟ ଓ ନିୟନ୍ତ୍ରଣ କରିବା ପାଇଁ ବ୍ୟବହୃତ ଏକ ପରିସଂଖ୍ୟାନ। ଜଣେ ସଂକ୍ରମିତ ବ୍ୟକ୍ତିଙ୍କଠାରୁ କେତେଜଣ ସଂକ୍ରମିତ ହେଉଛନ୍ତି, ତାହା ଆର୍‌ ଫ୍ୟାକ୍ଟରରେ ମପାଯାଇଥାଏ। ଦେଶରେ ଏବେ ସକ୍ରିୟ ମାମଲା ସଂଖ୍ୟା ପ୍ରାୟ ୪.୫ ଲକ୍ଷ ରହିଛି, ଯାହାକି ମାର୍ଚ୍ଚଠାରୁ ଇତିମଧ୍ୟରେ ସର୍ବନିମ୍ନ। ମହାରାଷ୍ଟ୍ରରେ ରବିବାର ୮,୫୩୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସକ୍ରିୟ ମାମଲା ସଂଖ୍ୟା ୧.୧୯ ଲକ୍ଷରେ ପହଞ୍ଚତ୍ଛି। ମେ’ ମଧ୍ୟଭାଗରେ ଏହାର ଆର୍‌ ଫ୍ୟାକ୍ଟର ୦.୭୯ ଥିଲାବେଳେ ମାସ ଶେଷ ବେଳକୁ ୦.୮୪ ଏବଂ ଜୁନ୍‌ ଶେଷ ସୁଦଦ୍ଧା ୦.୮୯ରେ ପହଞ୍ଚତ୍ଥିଲା। ଏବେ ଆର୍‌ ଫ୍ୟାକ୍ଟର ୧ ନିକଟବର୍ତ୍ତୀ ହୋଇଛି। ସେହିପରି କେରଳରେ ୧.୧୫ ଲକ୍ଷ ସକ୍ରିୟ ମାମଲା ରହିଥିବାବେଳେ ଆର୍‌ ଫ୍ୟାକ୍ଟର ୧.୦ ଅତିକ୍ରମ କରିଛି। ସେହିପରି ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ମଧ୍ୟ ଆର୍‌ ଫ୍ୟାକ୍ଟର ଚିନ୍ତାଜନକ ରହିଛି। ମହାରାଷ୍ଟ୍ରରେ ଇତିମଧ୍ୟରେ କଟକଣା ପୁଣି ବଢ଼ାଗଲାଣି। ସଂକ୍ରମଣ ବଢ଼ୁଥିବା ରାଜ୍ୟଗୁଡ଼ିକୁ କେନ୍ଦ୍ରୀୟ ଟିମ୍‌ ପଠାଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡ. ଭାରତୀ ପ୍ରବୀଣ ପାଓ୍ବାର ସୋମବାର କହିଛନ୍ତି। ଉକ୍ତ ରାଜ୍ୟଗୁଡ଼ିକର ସ୍ଥିତି ଉପରେ କେନ୍ଦ୍ର ସରକାର ନଜର ରଖିଥିବା ସେ ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ୩୭,୧୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୭୨୪ ଜଣଙ୍କ ଜୀବନ ଯାଇଥିବା ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୭୪,୩୭୬ରେ ପହଞ୍ଚତ୍ଥିବା ବେଳେ ମୃତ୍ୟୁ ସଂଖ୍ୟା ୪,୦୮,୭୬୪କୁ ବୃଦ୍ଧି ପାଇଛି। ମୋଟ ୩,୦୦,୧୪,୭୧୩ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଦୈନିକ ପଜିଟିଭ୍‌ ହାର ୨.୫୯% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri