ଓଡ଼ିଶା ସମେତ ୬ ରାଜ୍ୟରେ ସଂକ୍ରମଣ ସ୍ଥିର

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଆସାମ, ପଣ୍ଡିଚେରୀ, ପଶ୍ଚିମବଙ୍ଗ ଓ ନାଗାଲାଣ୍ଡ ଆଦି ୬ ରାଜ୍ୟରେ ସଂକ୍ରମଣ ହାର ସ୍ଥିର ରହିଛି କିମ୍ବା ହ୍ରାସ ପାଇବା ଆରମ୍ଭ କରିଛି। ମେ’ ପ୍ରଥମ ସପ୍ତାହରେ ଓଡ଼ିଶାର ହାରାହାରି ସଂକ୍ରମଣ ହାର ୨୪.୪ ପ୍ରତିଶତ ଥିବାବେଳେ ଦ୍ୱିତୀୟ ସପ୍ତାହରେ ତାହା ୨୩.୩ ପ୍ରତିଶତକୁ ହ୍ରାସ ପାଇଛି। ଏବେ ପ୍ରାୟ ୧୮.୨ ପ୍ରତିଶତକୁ ଖସିଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଲବ୍‌ ଅଗ୍ରଓ୍ବାଲ କହିଛନ୍ତି। ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଓଡ଼ିଶାରେ ଗତ ୨୪ଘଣ୍ଟାରେ ୫୬,୬୮୪ ନମୂନା ପରୀକ୍ଷା ହୋଇଥିଲା। ଏହାର ୧୮.୨ ପ୍ରତିଶତ ଅର୍ଥାତ ୧୦,୩୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେପଟେ ପୁଣି ଖୋର୍ଦ୍ଧାରେ ଲମ୍ବ ଡିଆଁ ମାରିଛି କରୋନା। ସୋମବାର ଏହି ଜିଲାରୁ ମୋଟ ୯୦୯ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଦ୍ୱିତୀୟ ସ୍ଥାନରେ ରହିଥିଲା। ୯୭୩ ସହ ଦୈନିକ ସଂକ୍ରମଣର ଶୀର୍ଷରେ ରହିଥିଲା କଟକ। ହେଲେ ମଙ୍ଗଳବାର ପୁଣି ଶୀର୍ଷକୁ ଚାଲିଯାଇଛି ଖୋର୍ଦ୍ଧା। ଏଠାରୁ ସର୍ବାଧିକ ୧,୫୬୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୮୧୯, କଟକ ୭୩୧, କଳାହାଣ୍ଡି ୫୯୯, ପୁରୀ ୪୭୨, ଅନୁଗୋଳ ୪୭୧, ମୟୂରଭଞ୍ଜ ୪୫୮, ସମ୍ବଲପୁର ୪୦୫, ଭଦ୍ରକ ୩୫୦, କୋରାପୁଟ ୩୩୮, ନବରଙ୍ଗପୁର ୩୩୪, ଯାଜପୁର ୩୩୦, ବରଗଡ଼ ୩୨୦, ଝାରସୁଗୁଡ଼ା ୩୧୨, ବଲାଙ୍ଗୀର ୨୯୧, ନୟାଗଡ଼ ୨୭୩, ବାଲେଶ୍ୱର ୨୬୯, ବୌଦ୍ଧ ୨୫୦, କେନ୍ଦୁଝର ୨୦୪ ଓ ଗଞ୍ଜାମରୁ ୨୦୩ ଜଣ ଚିହ୍ନଟ ହୋଇଥିବାବେଳେ ବାକିସବୁ ଜିଲାର ସଂକ୍ରମଣ ଏହା ତଳକୁ ରହିଛି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬,୩୩,୩୦୨ରେ ପହଞ୍ଚତ୍ଛି।
ଅନ୍ୟପକ୍ଷରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା କମିବାରେ ନାଁ ଧରୁନି। ପୁଣି ୨୨ଜଣଙ୍କ ଜୀବନ ନେଇଛି ମହାମାରୀ। ମୃତକଙ୍କ ମଧ୍ୟରେ ୯ଜଣ ମହିଳା ଥିବାବେଳେ ୧୨ଜଣ ପୁରୁଷ ରହିଛନ୍ତି। ଭୁବନେଶ୍ୱର, ସୁନ୍ଦରଗଡ଼, ବୌଦ୍ଧ, କଳାହାଣ୍ଡି ଓ ନୂଆପଡ଼ାରୁ ୩ଜଣ ଲେଖାଏ ଥିବାବେଳେ ରାୟଗଡ଼ା, କୋରାପୁଟ, ଗଜପତିରୁ ୨ଜଣ ଲେଖାଏ ଏବଂ ବଲାଙ୍ଗୀରରୁ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ୨,୩୫୭କୁ ବୃଦ୍ଧି ପାଇଛି।
ସେପଟେ ଓଡ଼ିଶାରେ ଆରୋଗ୍ୟ ହାର ଆଶ୍ୱସ୍ତି ଦେଇଛି। କିଛିଦିନ ହେବ ଦୈନିକ ୧୦ ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ ହେଉଥିବାବେଳେ ଗତ ୨୪ଘଣ୍ଟାରେ ଆଉ ୧୦,୨୪୨ଜଣ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧,୪୧୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୫,୩୬,୫୯୫ରେ ପହଞ୍ଚତ୍ଥିବାବେଳେ ୯୪,୨୯୭ଜଣ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri