ରେକର୍ଡ ଭାଙ୍ଗୁଛି ସଂକ୍ରମଣ: ଡରାଇଲେଣି ୩ ଜିଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି । ଗତ ୫ ତାରିଖରେ ରାଜ୍ୟରେ କୋଭିଡ ଟେଷ୍ଟ ପଜିଟିଭ ରେଟ ୧.୭୭ ପ୍ରତିଶତ ଥିଲା । ମାତ୍ର ୫ ଦିନ ଭିତରେ ସଂକ୍ରମଣ ବଢ଼ିବା ସହ ଟିପିଆର୍‌ (ଟେଷ୍ଟ ପଜିଟିଭ ରେଟଖ) ୫.୧୫ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ହଜାର ୭୧୪ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଟେଷ୍ଟ ପଜିଟିଭ ରେଟ ୫.୧୫ ପ୍ରତିଶତ ରହିଥିବା ବେଳେ ୩ ଜିଲା ଚିନ୍ତାର କାରଣ ସାଜିଛି । ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରେ ଟେଷ୍ଟ ପଜିଟିଭ ରେଟ ରାଜ୍ୟ ଠାରୁ ୨ ଗୁଣ ଅଧିକ ରହିଛି। ଖୋର୍ଦ୍ଧାରେ ଟେଷ୍ଟ ପଜିଟିଭ ରେଟ ୧୧.୯ ପ୍ରତିଶତ ରହିଥିବା ବେଳେ ସମ୍ବଲପୁରରେ ୧୦.୯ ପ୍ରତିଶତ ଓ ସୁନ୍ଦରଗଡ଼ରେ ୧୦.୬ ପ୍ରତିଶତ ରହିଛି । ଅର୍ଥାତ ଏସବୁ ଜିଲାରେ କୋଭିଡ ଟେଷ୍ଟ କରୁଥିବା ପ୍ରତି ଶହେ ଜଣରେ ୧୦ରୁ ଅଧିକ ଲୋକ କୋଭିଡ ପଜିଟିଭ ଚିହ୍ନଟ ହେଉଛନ୍ତି ।
ଖୋର୍ଦ୍ଧାରେ ୫ ହଜାର ୬୭୧ଟି ସକ୍ରିୟ କେସ ଥିବାବେଳେ ସୁନ୍ଦରଗଡ଼ରେ ୨୨୧୬, ସମ୍ବଲପୁରରେ ୧୨୯୪ ଓ କଟକରେ ୧୨୫୮ ସକ୍ରିୟ କେସ ରହିଛି । ଖୋର୍ଦ୍ଧା କୋଭିଡ ରେଡ ଜୋନରେ ଥିବାବେଳେ ସୁନ୍ଦରଗଡ଼, ସମ୍ବଲପୁର ଓ କଟକ ଜିଲା ୟେଲୋ ଜୋନରେ ରହିଛି । କଟକରେ ଚିପିଆର୍‌ ୫.୦୯ ପ୍ରତିଶତ ରହିଥିବା ବେଳେ ଝାରସୁଗୁଡ଼ାରେ ୫.୬୯ ପ୍ରତିଶତ ଓ ପୁରୀରେ ୩.୮୧ ପ୍ରତିଶତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri