ରେକର୍ଡ ଭାଙ୍ଗୁଛି ସଂକ୍ରମଣ: ଡରାଇଲେଣି ୩ ଜିଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି । ଗତ ୫ ତାରିଖରେ ରାଜ୍ୟରେ କୋଭିଡ ଟେଷ୍ଟ ପଜିଟିଭ ରେଟ ୧.୭୭ ପ୍ରତିଶତ ଥିଲା । ମାତ୍ର ୫ ଦିନ ଭିତରେ ସଂକ୍ରମଣ ବଢ଼ିବା ସହ ଟିପିଆର୍‌ (ଟେଷ୍ଟ ପଜିଟିଭ ରେଟଖ) ୫.୧୫ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ହଜାର ୭୧୪ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଟେଷ୍ଟ ପଜିଟିଭ ରେଟ ୫.୧୫ ପ୍ରତିଶତ ରହିଥିବା ବେଳେ ୩ ଜିଲା ଚିନ୍ତାର କାରଣ ସାଜିଛି । ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରେ ଟେଷ୍ଟ ପଜିଟିଭ ରେଟ ରାଜ୍ୟ ଠାରୁ ୨ ଗୁଣ ଅଧିକ ରହିଛି। ଖୋର୍ଦ୍ଧାରେ ଟେଷ୍ଟ ପଜିଟିଭ ରେଟ ୧୧.୯ ପ୍ରତିଶତ ରହିଥିବା ବେଳେ ସମ୍ବଲପୁରରେ ୧୦.୯ ପ୍ରତିଶତ ଓ ସୁନ୍ଦରଗଡ଼ରେ ୧୦.୬ ପ୍ରତିଶତ ରହିଛି । ଅର୍ଥାତ ଏସବୁ ଜିଲାରେ କୋଭିଡ ଟେଷ୍ଟ କରୁଥିବା ପ୍ରତି ଶହେ ଜଣରେ ୧୦ରୁ ଅଧିକ ଲୋକ କୋଭିଡ ପଜିଟିଭ ଚିହ୍ନଟ ହେଉଛନ୍ତି ।
ଖୋର୍ଦ୍ଧାରେ ୫ ହଜାର ୬୭୧ଟି ସକ୍ରିୟ କେସ ଥିବାବେଳେ ସୁନ୍ଦରଗଡ଼ରେ ୨୨୧୬, ସମ୍ବଲପୁରରେ ୧୨୯୪ ଓ କଟକରେ ୧୨୫୮ ସକ୍ରିୟ କେସ ରହିଛି । ଖୋର୍ଦ୍ଧା କୋଭିଡ ରେଡ ଜୋନରେ ଥିବାବେଳେ ସୁନ୍ଦରଗଡ଼, ସମ୍ବଲପୁର ଓ କଟକ ଜିଲା ୟେଲୋ ଜୋନରେ ରହିଛି । କଟକରେ ଚିପିଆର୍‌ ୫.୦୯ ପ୍ରତିଶତ ରହିଥିବା ବେଳେ ଝାରସୁଗୁଡ଼ାରେ ୫.୬୯ ପ୍ରତିଶତ ଓ ପୁରୀରେ ୩.୮୧ ପ୍ରତିଶତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri