୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି। ଜୁଲାଇ ୨୧ରେ ପ୍ରଥମ ଥର ପାଇଁ ରାଜ୍ୟରେ ଏକ ହଜାରରୁ ଊର୍ଦ୍ଧ୍ୱ ଅର୍ଥାତ ୧,୦୭୮ ସଂକ୍ରମିତ ଚିହ୍ନଟ ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଯାଇଥିଲା। ମାର୍ଚ୍ଚ ୧୫ରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍‌ ଭୁବନେଶ୍ୱରରେ ଚିହ୍ନଟ ହୋଇଥିବାବେଳେ ୧,୦୭୮ ଛୁଇଁବା ପାଇଁ ୬୫ଦିନ ଲାଗିଥିଲା। ଏହା ପରେ ଧୀରେ ଧୀରେ ସଂକ୍ରମଣ ସଂଖ୍ୟା ଉପରମୁହାଁ ହୋଇ ରହିଥିଲା। ଏପରି କି ଦୈନିକ ୪ହଜାର ଉପରକୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କିନ୍ତୁ ଗତ କିଛି ଦିନ ହେବ ସଂକ୍ରମଣ ହାର କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୯୮୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏକ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିବାରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି।
ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କେବଳ ସୁନ୍ଦରଗଡ଼ ଜିଲାରେ ଆକ୍ରାନ୍ତ ସଂଖ୍ୟା ଶହେ ଉପରେ ଅର୍ଥାତ୍‌ ୧୦୭ ରହିଛି। ଖୋର୍ଦ୍ଧା ଜିଲାରେ ୮୬ ଓ କଟକରେ ୮୫ଜଣ ଚିହ୍ନଟ ହୋଇଛନ୍ତି। ଦେବଗଡ଼ରେ ସର୍ବନିମ୍ନ ୨ଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୩,୦୩,୭୮୦ରେ ପହଞ୍ଚତ୍ଛି। ଅପରପକ୍ଷରେ ରାଜ୍ୟରେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ୍‌ ଲାଗୁନାହିଁ। ଗତ ୨୪ଘଣ୍ଟାରେ ଆଉ ୧୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସମ୍ବଲପୁର, ମୟୂରଭଞ୍ଜରୁ ୩ଜଣ ଲେଖାଏ ଥିବାବେଳେ ସୁନ୍ଦରଗଡ଼ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏ, କେନ୍ଦୁଝର, ବାଲେଶ୍ୱର ଏବଂ ବରଗଡ଼ରୁ ଜଣେ ଲେଖାଏ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧,୪୫୪କୁ ବୃଦ୍ଧି ପାଇଛି। ସେପଟେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା। ରାଜ୍ୟରେ କୋଭିଡ୍‌ ପରୀକ୍ଷା ୫୦ଲକ୍ଷ ଟପିଛି। ଏଯାବତ୍‌ ୫୦,୨୭,୯୫୯ ନମୁନା ପରୀକ୍ଷଣ ହୋଇ ସାରିଥିବା ବେଳେ ୬.୦୪% ପଜିଟିଭ୍‌ ବାହାରିଛି। ଗତ ୨୪ଘଣ୍ଟାରେ ୪୩,୪୦୯ ନମୁନା କରୀକ୍ଷା ହୋଇଥିବା ବେଳେ ୯୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସିବ୍ୟକ୍ତ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ଆମ କରୋନା ଯୋଦ୍ଧା ଓ ସ୍ବାସ୍ଥ୍ୟକର୍ମୀମାନଙ୍କ କଠିନ ପରିଶ୍ରମ ଓ ଉତ୍ସର୍ଗୀକୃତ ସେବା ପାଇଁ ଏହି ସଫଳତା ମିଳିପାରିଛି। ସେମାନଙ୍କ ସହାୟତା ଯୋଗୁ କରୋନା ମହାମାରୀ ସହିତ ଲଢ଼େଇ କରିବାରେ ଆମେ ସକ୍ଷମ ହୋଇଛୁ। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମଧ୍ୟ ଏହି ସଫଳତା ପାଇଁ ଟୁଇଟ୍‌ କରି ସମସ୍ତ କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଛି। କରୋନା ଯୋଦ୍ଧାଙ୍କ ପ୍ରତିଦିନ ଅକ୍ଳାନ୍ତ ପରିଶ୍ରମ ଯୋଗୁ ଏଭଳି ସଫଳତା ମିଳିଥିବା ବିଭାଗ ପକ୍ଷରୁ କୁହାଯାଇଛି। ସେମାନଙ୍କ ସାହସକୁ ବିଭାଗ ସାଲ୍ୟୁଟ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri