୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି। ଜୁଲାଇ ୨୧ରେ ପ୍ରଥମ ଥର ପାଇଁ ରାଜ୍ୟରେ ଏକ ହଜାରରୁ ଊର୍ଦ୍ଧ୍ୱ ଅର୍ଥାତ ୧,୦୭୮ ସଂକ୍ରମିତ ଚିହ୍ନଟ ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଯାଇଥିଲା। ମାର୍ଚ୍ଚ ୧୫ରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍‌ ଭୁବନେଶ୍ୱରରେ ଚିହ୍ନଟ ହୋଇଥିବାବେଳେ ୧,୦୭୮ ଛୁଇଁବା ପାଇଁ ୬୫ଦିନ ଲାଗିଥିଲା। ଏହା ପରେ ଧୀରେ ଧୀରେ ସଂକ୍ରମଣ ସଂଖ୍ୟା ଉପରମୁହାଁ ହୋଇ ରହିଥିଲା। ଏପରି କି ଦୈନିକ ୪ହଜାର ଉପରକୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କିନ୍ତୁ ଗତ କିଛି ଦିନ ହେବ ସଂକ୍ରମଣ ହାର କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୯୮୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏକ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିବାରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି।
ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କେବଳ ସୁନ୍ଦରଗଡ଼ ଜିଲାରେ ଆକ୍ରାନ୍ତ ସଂଖ୍ୟା ଶହେ ଉପରେ ଅର୍ଥାତ୍‌ ୧୦୭ ରହିଛି। ଖୋର୍ଦ୍ଧା ଜିଲାରେ ୮୬ ଓ କଟକରେ ୮୫ଜଣ ଚିହ୍ନଟ ହୋଇଛନ୍ତି। ଦେବଗଡ଼ରେ ସର୍ବନିମ୍ନ ୨ଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୩,୦୩,୭୮୦ରେ ପହଞ୍ଚତ୍ଛି। ଅପରପକ୍ଷରେ ରାଜ୍ୟରେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ୍‌ ଲାଗୁନାହିଁ। ଗତ ୨୪ଘଣ୍ଟାରେ ଆଉ ୧୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସମ୍ବଲପୁର, ମୟୂରଭଞ୍ଜରୁ ୩ଜଣ ଲେଖାଏ ଥିବାବେଳେ ସୁନ୍ଦରଗଡ଼ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏ, କେନ୍ଦୁଝର, ବାଲେଶ୍ୱର ଏବଂ ବରଗଡ଼ରୁ ଜଣେ ଲେଖାଏ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧,୪୫୪କୁ ବୃଦ୍ଧି ପାଇଛି। ସେପଟେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା। ରାଜ୍ୟରେ କୋଭିଡ୍‌ ପରୀକ୍ଷା ୫୦ଲକ୍ଷ ଟପିଛି। ଏଯାବତ୍‌ ୫୦,୨୭,୯୫୯ ନମୁନା ପରୀକ୍ଷଣ ହୋଇ ସାରିଥିବା ବେଳେ ୬.୦୪% ପଜିଟିଭ୍‌ ବାହାରିଛି। ଗତ ୨୪ଘଣ୍ଟାରେ ୪୩,୪୦୯ ନମୁନା କରୀକ୍ଷା ହୋଇଥିବା ବେଳେ ୯୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସିବ୍ୟକ୍ତ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ଆମ କରୋନା ଯୋଦ୍ଧା ଓ ସ୍ବାସ୍ଥ୍ୟକର୍ମୀମାନଙ୍କ କଠିନ ପରିଶ୍ରମ ଓ ଉତ୍ସର୍ଗୀକୃତ ସେବା ପାଇଁ ଏହି ସଫଳତା ମିଳିପାରିଛି। ସେମାନଙ୍କ ସହାୟତା ଯୋଗୁ କରୋନା ମହାମାରୀ ସହିତ ଲଢ଼େଇ କରିବାରେ ଆମେ ସକ୍ଷମ ହୋଇଛୁ। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମଧ୍ୟ ଏହି ସଫଳତା ପାଇଁ ଟୁଇଟ୍‌ କରି ସମସ୍ତ କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଛି। କରୋନା ଯୋଦ୍ଧାଙ୍କ ପ୍ରତିଦିନ ଅକ୍ଳାନ୍ତ ପରିଶ୍ରମ ଯୋଗୁ ଏଭଳି ସଫଳତା ମିଳିଥିବା ବିଭାଗ ପକ୍ଷରୁ କୁହାଯାଇଛି। ସେମାନଙ୍କ ସାହସକୁ ବିଭାଗ ସାଲ୍ୟୁଟ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri