ବିମାନ, ଟ୍ରେନ୍‌ରୁ ସଂକ୍ରମଣ

ଭୁବନେଶ୍ୱର,୫।୪(ବ୍ୟୁରୋ): ବାହାର ଦେଶ ଓ ରାଜ୍ୟରୁ କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଓଡ଼ିଶାକୁ ପଶି ଆସୁଛି। ଟ୍ରେନ୍‌, ବିମାନ ଓ ଗାଡିମୋଟର ଦେଇ ଚାରିଆଡୁ ସଂକ୍ରମଣ ମାଡ଼ି ଆସୁଛି। ତେଣୁ ଏହି ଘାତକ ମହାମାରୀକୁ ପ୍ରତିହତ କରିବା ପାଇଁ ଏବେ କଟକଣାକୁ ବଢ଼ାଇ ଦିଆଯାଇଛି। ସୀମାନ୍ତ ଜିଲାରେ କର୍ଫ୍ୟୁ, କଣ୍ଟେନମେଣ୍ଟ ଜୋନ୍‌ କରାଯାଇ ପ୍ରବେଶ ପଥରେ ଯାଞ୍ଚ ଚାଲିଥିବାବେଳେ ଏପଟେ ଭୁବନେଶ୍ୱର ରେଳ ଷ୍ଟେଶନ ଓ ବିମାନ ବନ୍ଦରରେ ମଧ୍ୟ ଯାତ୍ରୀ ଯାଞ୍ଚକୁ ତ୍ୱରାନ୍ବିତ କରାଯାଇଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୮ଜଣ ଚିହ୍ନଟ ହୋଇଥିବାବେଳେ ଏମାନଙ୍କ ମଧ୍ୟରୁ ରେଳ ଷ୍ଟେଶନରୁ ୩ଜଣ ଓ ବିମାନବନ୍ଦରରୁ ୧୧ଜଣ ରହିଛନ୍ତି। ତେବେ ଯାଞ୍ଚ ସମୟରେ ଭୁବନେଶ୍ୱର ରେଳ ଷ୍ଟେଶନରୁ ପ୍ରଥମଥର ପାଇଁ ଯାତ୍ରୀ ପଜିଟିଭ ଚିହ୍ନଟ ହେବା ପରେ ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ଯାଞ୍ଚ ଚାଲିଛି। ଏଥିସହ ଷ୍ଟେଶନ ଓ ସହରରେ ଟେଷ୍ଟିଂକୁ ତ୍ୱରାନ୍ବିତ କରାଯାଇଛି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ଅପରପକ୍ଷେ ଚିନ୍ତା ବଢ଼ାଇଲାଣି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ଗତ ୩ ଦିନ ଭିତରେ ୨୫ଜଣ ଯାତ୍ରୀ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରବିବାର ଆଉ ୧୧ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସଛି। ମୁମ୍ବାଇ ଓ ପୁଣେରୁ ଆସିଥିବା ୭ ବିମାନର ୩୧୩ଜଣ ଯାତ୍ରୀଙ୍କର କୋଭିଡ୍‌ ଟେଷ୍ଟ ହୋଇଥିଲା। ୧୧ ଯାତ୍ରୀ ସଂକ୍ରମିତ ଥିବା ଜଣାପଡିଛି। ତେବେ ଏମାନଙ୍କୁ ମିଶାଇ ବିମାନବନ୍ଦରରୁ ମୋଟ୍‌ ୩୬ଜଣ ସଂକ୍ରମିତ ଚିହ୍ନଟ ହୋଇସାରିଲେଣି। ପଜିଟିଭ୍‌ ସମସ୍ତ ଯାତ୍ରୀଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ଦିଆଯାଇଛି। ବିମାନ ଯୋଗେ ବାହାର ଦେଶରୁ ଯାତ୍ରୀମାନେ ଆସୁଥିବାରୁ ସେମାନଙ୍କ ଟେଷ୍ଟିଂ ସହ ଷ୍ଟ୍ରେନ୍‌ ଚିହ୍ନଟ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri