ରାଜ୍ୟରେ ୨ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ସୋମବାର ରାଜ୍ୟରେ ୧୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୩୯ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୨୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୭ ଜଣ ଚିହ୍ନଟ ହୋଇଛନ୍ତି।
୧୯୯୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୧ ହଜାର ୭୪୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୧୨ହଜାର ୪୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୨୪ ହଜାର ୫୬୭ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।