Posted inରାଜ୍ୟ

ପିଲାଙ୍କୁ ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୯।୮(ବ୍ୟୁରୋ) : ରାଜ୍ୟରେ ୨ଦିନ ହେଲା କରୋନା ସଂକ୍ରମଣ ହଜାରେ ତଳେ ରହିଛି। ହେଲେ ସଂକ୍ରମିତ ପିଲା ବା ଶିଶୁଙ୍କ ସଂଖ୍ୟା ବଢ଼ୁଥିବାରୁ ଚିନ୍ତା ଘାରିଛି। ଏବେ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ପୁଣି ୧୦୦ ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୯୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଏମାନଙ୍କ ମଧ୍ୟରେ ୧୮ବର୍ଷରୁ କମ୍‌ ୧୩୮ଜଣ ରହିଛନ୍ତି। ଏହାକୁ ମିଶାଇ କେବଳ ୪ ଦିନରେ ରାଜ୍ୟରେ ୪୭୬ଜଣ ପିଲା ସଂକ୍ରମିତ ହୋଇଛନ୍ତି।
ରାଜ୍ୟ ସରକାର ହଠାତ୍‌ ପିଲାଙ୍କ ସଂକ୍ରମଣ ସଂଖ୍ୟା ପ୍ରଦାନ କରିଥିବାରୁ ରାଜ୍ୟବାସୀଙ୍କ ମନରେ ଆଶଙ୍କା ଦେଖାଦେଇଛି। କିନ୍ତୁ ଏହାକୁ ନେଇ ଆତଙ୍କିତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ଓ ଦ୍ୱିତୀୟ ଲହରରେ ୦ ରୁ ୧୦ ବର୍ଷ ବୟସର ୩.୫% ପିଲା
ଓ ୧୦ରୁ ୧୮ ବର୍ଷର ୮ରୁ ୮.୫% ପିଲା ପଜିଟିଭ ଚିହ୍ନଟ ହେଉଥିଲେ। ଦ୍ୱିତୀୟ ଲହରରେ ଡେଲ୍‌ଟା ପ୍ରଭାବ ସତ୍ତ୍ୱେ ପିଲାଙ୍କ ସଂକ୍ରମଣ ହାର ପ୍ରାୟ ୧୨% ରହିଛି। ପିଲାମାନେ ପ୍ରାୟତଃ ଗୁରୁତର ହୁଅନ୍ତି ନାହିଁ। ତେଣୁ ଡାକ୍ତରଖାନା ଯିବା ପିଲାଙ୍କ ସଂଖ୍ୟା ବହୁତ କମ୍‌। ଆଇସିୟୁ ଯିବା ପିଲାଙ୍କ ସଂଖ୍ୟା ମଧ୍ୟ ଢେର କମ୍‌। ଆକଳନ ଅନୁସାରେ ଯେତିକି ପିଲା ସଂକ୍ରମିତ ହେବେ, ସେଥିରୁ ୫ରୁ ୬% ଡାକ୍ତରଖାନା ଯିବେ ବୋଲି କେନ୍ଦ୍ର ସରକାରଙ୍କ ଆକଳନ କହୁଛି। ତେଣୁ ବର୍ତ୍ତମାନଠୁ ଆତଙ୍କିତ ହେବାର କିଛି ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସେ ଆହୁରି କହିଛନ୍ତି, ଯେହେତୁ ତୃତୀୟ ଲହରରେ ପିଲା ଆକ୍ରାନ୍ତ ସଂଖ୍ୟା ବଢ଼ିବ ବୋଲି ଆକଳନ କରାଯାଇଛି, ତେଣୁ ରାଜ୍ୟ ସରକାର ପିଲାଙ୍କ ସଂକ୍ରମଣର ମ୍ୟାପିଂ କରୁଛନ୍ତି। ୧୮ ବର୍ଷ ତଳକୁ ଟିକା ଦିଆଯାଉ ନ ଥିବାରୁ ମୁକାବିଲା ଲାଗି ପ୍ରସ୍ତୁତି ଚାଲିଛି। ତେବେ ପିଲାଙ୍କ ସଂକ୍ରମଣ ରୋକିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଏବେ ଆମର ଶିଶୁ ସଂକ୍ରମଣ ଜାତୀୟ ହାର ଭିତରେ ରହିଥିବା ସେ ସୂଚନା ଦେଇଛନ୍ତି।
ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ଶିଶୁ ସଂକ୍ରମଣ ରୋକିବାକୁ ଅଭିଭାବକ ଓ ଶିକ୍ଷକଙ୍କୁ ସତର୍କ ରହିବାକୁ ପଡ଼ିବ। ଅଭିଭାବକ, ପଡ଼ୋଶୀ, ଶିକ୍ଷକ ଯତ୍ନଶୀଳ ହେଲେ ଶିଶୁମାନେ ସୁରକ୍ଷିତ ରହିପାରିବେ। ସେରୋ ସର୍ଭେ ରିପୋର୍ଟ କହୁଛି, ପିଲାମାନେ ସଂକ୍ରମିତ ହେଉଛନ୍ତି। ହେଲେ ସେମାନଙ୍କଠାରେ ସିଭିୟରିଟି କମ୍‌ ରହୁଛି। ଶିଶୁଙ୍କ ସଂକ୍ରମଣ ଆଶଙ୍କା କମ୍‌ ଥିବାବେଳେ ସେମାନଙ୍କ ମଧ୍ୟରୁ ଅନେକ ଲକ୍ଷଣହୀନ ବୋଲି ଡିଏମ୍‌ଇଟି କହିଛନ୍ତି।
ଅପରପକ୍ଷେ ରାଜ୍ୟରେ ଏବେ ମୋଟ କରୋନା ପଜିଟିଭ୍‌ ସଂଖ୍ୟା ୯,୯୭,୧୪୬ରେ ପହଞ୍ଚତ୍ଛି। ସେହିପରି ବୁଧବାର ରାଜ୍ୟରେ ଆଉ ୬୫ଜଣଙ୍କ ମୃତ୍ୟୁ ତଥ୍ୟ ଦେଇଛି ସ୍ବାସ୍ଥ୍ୟ ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ୭,୦୮୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri