Posted inରାଜ୍ୟ

ପିଲାଙ୍କୁ ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୯।୮(ବ୍ୟୁରୋ) : ରାଜ୍ୟରେ ୨ଦିନ ହେଲା କରୋନା ସଂକ୍ରମଣ ହଜାରେ ତଳେ ରହିଛି। ହେଲେ ସଂକ୍ରମିତ ପିଲା ବା ଶିଶୁଙ୍କ ସଂଖ୍ୟା ବଢ଼ୁଥିବାରୁ ଚିନ୍ତା ଘାରିଛି। ଏବେ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ପୁଣି ୧୦୦ ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୯୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଏମାନଙ୍କ ମଧ୍ୟରେ ୧୮ବର୍ଷରୁ କମ୍‌ ୧୩୮ଜଣ ରହିଛନ୍ତି। ଏହାକୁ ମିଶାଇ କେବଳ ୪ ଦିନରେ ରାଜ୍ୟରେ ୪୭୬ଜଣ ପିଲା ସଂକ୍ରମିତ ହୋଇଛନ୍ତି।
ରାଜ୍ୟ ସରକାର ହଠାତ୍‌ ପିଲାଙ୍କ ସଂକ୍ରମଣ ସଂଖ୍ୟା ପ୍ରଦାନ କରିଥିବାରୁ ରାଜ୍ୟବାସୀଙ୍କ ମନରେ ଆଶଙ୍କା ଦେଖାଦେଇଛି। କିନ୍ତୁ ଏହାକୁ ନେଇ ଆତଙ୍କିତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ଓ ଦ୍ୱିତୀୟ ଲହରରେ ୦ ରୁ ୧୦ ବର୍ଷ ବୟସର ୩.୫% ପିଲା
ଓ ୧୦ରୁ ୧୮ ବର୍ଷର ୮ରୁ ୮.୫% ପିଲା ପଜିଟିଭ ଚିହ୍ନଟ ହେଉଥିଲେ। ଦ୍ୱିତୀୟ ଲହରରେ ଡେଲ୍‌ଟା ପ୍ରଭାବ ସତ୍ତ୍ୱେ ପିଲାଙ୍କ ସଂକ୍ରମଣ ହାର ପ୍ରାୟ ୧୨% ରହିଛି। ପିଲାମାନେ ପ୍ରାୟତଃ ଗୁରୁତର ହୁଅନ୍ତି ନାହିଁ। ତେଣୁ ଡାକ୍ତରଖାନା ଯିବା ପିଲାଙ୍କ ସଂଖ୍ୟା ବହୁତ କମ୍‌। ଆଇସିୟୁ ଯିବା ପିଲାଙ୍କ ସଂଖ୍ୟା ମଧ୍ୟ ଢେର କମ୍‌। ଆକଳନ ଅନୁସାରେ ଯେତିକି ପିଲା ସଂକ୍ରମିତ ହେବେ, ସେଥିରୁ ୫ରୁ ୬% ଡାକ୍ତରଖାନା ଯିବେ ବୋଲି କେନ୍ଦ୍ର ସରକାରଙ୍କ ଆକଳନ କହୁଛି। ତେଣୁ ବର୍ତ୍ତମାନଠୁ ଆତଙ୍କିତ ହେବାର କିଛି ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସେ ଆହୁରି କହିଛନ୍ତି, ଯେହେତୁ ତୃତୀୟ ଲହରରେ ପିଲା ଆକ୍ରାନ୍ତ ସଂଖ୍ୟା ବଢ଼ିବ ବୋଲି ଆକଳନ କରାଯାଇଛି, ତେଣୁ ରାଜ୍ୟ ସରକାର ପିଲାଙ୍କ ସଂକ୍ରମଣର ମ୍ୟାପିଂ କରୁଛନ୍ତି। ୧୮ ବର୍ଷ ତଳକୁ ଟିକା ଦିଆଯାଉ ନ ଥିବାରୁ ମୁକାବିଲା ଲାଗି ପ୍ରସ୍ତୁତି ଚାଲିଛି। ତେବେ ପିଲାଙ୍କ ସଂକ୍ରମଣ ରୋକିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଏବେ ଆମର ଶିଶୁ ସଂକ୍ରମଣ ଜାତୀୟ ହାର ଭିତରେ ରହିଥିବା ସେ ସୂଚନା ଦେଇଛନ୍ତି।
ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ଶିଶୁ ସଂକ୍ରମଣ ରୋକିବାକୁ ଅଭିଭାବକ ଓ ଶିକ୍ଷକଙ୍କୁ ସତର୍କ ରହିବାକୁ ପଡ଼ିବ। ଅଭିଭାବକ, ପଡ଼ୋଶୀ, ଶିକ୍ଷକ ଯତ୍ନଶୀଳ ହେଲେ ଶିଶୁମାନେ ସୁରକ୍ଷିତ ରହିପାରିବେ। ସେରୋ ସର୍ଭେ ରିପୋର୍ଟ କହୁଛି, ପିଲାମାନେ ସଂକ୍ରମିତ ହେଉଛନ୍ତି। ହେଲେ ସେମାନଙ୍କଠାରେ ସିଭିୟରିଟି କମ୍‌ ରହୁଛି। ଶିଶୁଙ୍କ ସଂକ୍ରମଣ ଆଶଙ୍କା କମ୍‌ ଥିବାବେଳେ ସେମାନଙ୍କ ମଧ୍ୟରୁ ଅନେକ ଲକ୍ଷଣହୀନ ବୋଲି ଡିଏମ୍‌ଇଟି କହିଛନ୍ତି।
ଅପରପକ୍ଷେ ରାଜ୍ୟରେ ଏବେ ମୋଟ କରୋନା ପଜିଟିଭ୍‌ ସଂଖ୍ୟା ୯,୯୭,୧୪୬ରେ ପହଞ୍ଚତ୍ଛି। ସେହିପରି ବୁଧବାର ରାଜ୍ୟରେ ଆଉ ୬୫ଜଣଙ୍କ ମୃତ୍ୟୁ ତଥ୍ୟ ଦେଇଛି ସ୍ବାସ୍ଥ୍ୟ ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ୭,୦୮୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri