ସଂକ୍ରାମକ ରୋଗକୁ ନେଇ ବ୍ରିଟେନରେ ଆଲର୍ଟ ଜାରି, ୧୦୦ଦିନ ପର୍ଯ୍ୟନ୍ତ ଲାଗି ରହୁଛି କାଶ

ଲଣ୍ଡନ,୧୦।୧୨: ବ୍ରିଟେନର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଅତ୍ୟଧିକ ସଂକ୍ରାମକ ରୋଗ ବିଷୟରେ ସତର୍କ ସୂଚନା ଜାରି କରିଛନ୍ତି ଏବଂ ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି। ଏହି ନୂଆ ରୋଗ ହେଉଛି ‘ପର୍ଟୁସିସ ବା ହ୍ବିପିଙ୍ଗ କାଶ’। ଏହି ରୋଗରେ ରୋଗୀମାନେ ୧୦୦ଦିନ ଧରି କାଶ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରାରମ୍ଭରେ ସାଧାରଣ ଶୀତର ଲକ୍ଷଣ ଦେଖାଯାଏ ଏବଂ ତା’ପରେ କାଶର ସମସ୍ୟା ଦେଖାଯାଏ, ଯାହା ତିନିମାସ କିମ୍ବା ପ୍ରାୟ ୧୦୦ଦିନ ପର୍ଯ୍ୟନ୍ତ ରହିଥାଏ।

ବ୍ରିଟେନର ସ୍ବାସ୍ଥ୍ୟ ସୁରକ୍ଷା ଏଜେନ୍ସି କହିଛି ଯେ ଜୁଲାଇରୁ ନଭେମ୍ବର ମଧ୍ୟରେ ଦେଶରେ ୭୧୬ଟି ପେର୍ଟୁସିସ ରୋଗ ଦେଖିବାକୁ ମିଳିଥିଲା। ଏହି ରୋଗରେ ଫୁସଫୁସରେ ସଂକ୍ରମଣ ହୁଏ। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ଯେ କରୋନା ମହାମାରୀ ସମୟରେ ଏହି ରୋଗର ପରିମାଣ ହ୍ରାସ ପାଇଥିଲା କାରଣ ସେହି ସମୟ ମଧ୍ୟରେ ଲୋକମାନେ ସାମାଜିକ ଦୂରତାକୁ ବା ସୋସିଆଲ ଡିଷ୍ଟାନସିଂ ଅନୁସରଣ କରିଥିଲେ ଏବଂ ସେ ସମୟରେ ଲକଡାଉନ ଥିଲା। ବର୍ତ୍ତମାନ କରୋନା ମହାମାରୀ ଆରମ୍ଭ ହେବା ପରେ ପେର୍ଟୁସିସ ରୋଗ ପୁଣି ବଢିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri