‘ପାକିସ୍ତାନରେ ବଢ଼ିବ ସଂକ୍ରାମକ ରୋଗ’

ଓ୍ବାଶିଂଟନ,୭ା୯: ଭୟଙ୍କର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପାକିସ୍ତାନ ସଂଘର୍ଷ କରୁଥିବା ବେଳେ ରେକର୍ଡ ବର୍ଷା ଯୋଗୁ ଦେଶରେ ଅବସ୍ଥା ବିଗିଡ଼ିବା ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଚେତାବନୀ ଦେଇଛି। ପୂର୍ବ ଭୂମଧ୍ୟସାଗର ପାଇଁ ଡବ୍ଲ୍ୟୁଏଚ୍‌ଓର ଆଞ୍ଚଳିକ ନିର୍ଦ୍ଦେଶକ ଡକ୍ଟର ଅହମ୍ମଦ ଅଲ୍‌-ମନ୍ଧାରୀ ପାକିସ୍ତାନରେ ହୋଇଥିବା ବନ୍ୟା ସମ୍ପର୍କରେ କହିଛନ୍ତି, ଭୟଙ୍କର ମୌସୁମୀ ବନ୍ୟା ପରି ପାକିସ୍ତାନବାସୀ ସମ୍ମୁଖୀନ ହେଉଥିବା ମାନବିକ ସଙ୍କଟକୁ ଆମେ ଅତି ନିକଟରୁ ବିଚାର କରୁଛୁ। ୫ ସେପ୍ଟେମ୍ବରରେ ପ୍ରକାଶିତ ଏକ ପ୍ରେସ ବିବୃତ୍ତିରେ ଡକ୍ଟର ଅଲ୍‌-ମନ୍ଧାରୀ କହିଛନ୍ତି, ବନ୍ୟା ଯୋଗୁ ବର୍ତ୍ତମାନର କ୍ଷୟକ୍ଷତି ଏବଂ ବିନାଶର ସ୍ତର ପାକିସ୍ତାନରେ କେବେ ଦେଖାଯାଇ ନ ଥିଲା। ଦୀର୍ଘକାଳୀନ ବିଶ୍ୱ ଜଳବାୟୁ ପରିବର୍ତ୍ତନ ଯୋଗୁ ଏହା ଅଧିକ ଭୟଙ୍କର ପାଣିପାଗ ପରିସ୍ଥିତି ସୃଷ୍ଟି ହୋଇଛି। ଲକ୍ଷ ଲକ୍ଷ ଲୋକ ବର୍ତ୍ତମାନ ପାନୀୟ ତଥା ସେମାନଙ୍କର ଦୈନନ୍ଦିନ ଆବଶ୍ୟକତା ପାଇଁ ଅସୁରକ୍ଷିତ ଜଳ ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଫଳରେ ଏହା ଭୟଙ୍କର ସଂକ୍ରାମକ ରୋଗ ସୃଷ୍ଟି କରିବ ବୋଲି ଡବ୍ଲ୍ୟୁଏଚ୍‌ଓ ଚେତାବନୀ ଦେଇଛି। ଏପରିକି ମ୍ୟାଲେରିଆ, ଡାଇରିଆ, ଡେଙ୍ଗୁ, ଟାଇଫଏଡ୍‌, ମିଳିମିଳା, ଲାଇସମାନିଆସିସ୍‌ ପରି ରୋଗ ବ୍ୟାପୀ ପାରେ। ପୋଲିଓ ଏବଂ କରୋନା ମହାମାରୀ ପରି ରୋଗ ବ୍ୟାପିପାରେ ବୋଲି ଡବ୍ଲ୍ୟୁଏଚ୍‌ଓ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri