ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର,୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଉପରେ ହାଇକୋର୍ଟ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇଛନ୍ତି। କୋର୍ଟଙ୍କ ଏହି ରାୟରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କୁ ବଡ଼ ଝଟ୍‌କା ଲାଗିଛି। ଗତ ମାସ ୧୨ ତାରିଖରେ ହୋଇଥିବା ଅନାସ୍ଥା ଭୋଟ୍‌ ଫଳାଫଳ ପ୍ରକାଶ ଉପରେ ହାଇକୋର୍ଟ ଲଗାଇଥିବା ନିର୍ଦ୍ଦେଶକୁ ହଟାଇଦେଇଛନ୍ତି। ତେବେ ନିର୍ବାଚନ ପୂର୍ବରୁ ପ୍ରିୟଙ୍କା ଗତମାସ ୧୦ ତାରିଖରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାବେଳେ ହୋଇଥିବା ଅନାସ୍ଥା ଭୋଟ୍‌ ଫଳ ପ୍ରକାଶ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷେ ହାଇକୋର୍ଟଙ୍କ ରାୟ ଆସିବା ପୂର୍ବରୁ ଅନାସ୍ଥା ଭୋଟ୍‌ ଉପରେ ମୌଖିକ ଫଳାଫଳ ଘେଷଣା ହୋଇସାରିଥିଲା। ପରେ ଏହି ମାମଲା ବିଚାର କରି ମ୍ୟୁନିସିପାଲିଟି ଆଇନର ଧାରା ୫୪(୨) (ସି)କୁ ନେଇ ହାଇକୋର୍ଟ ଗତ ୧୨ ତାରିଖରେ ଦେଇଥିବା ଆଦେଶକୁ ହଟାଇବା ସହ ଅଧ୍ୟକ୍ଷା ଓ ତାଙ୍କ ସମର୍ଥିତ ଦୁଇ କାଉନସିଲରଙ୍କ ପକ୍ଷରୁ ହୋଇଥିବା ଦୁଇଟି ପିଟିଶନକୁ ଖାରଜ କରିଦେଇଛନ୍ତି। ଯାହା ଦ୍ବାରା ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ଗାଦିଚ୍ୟୁତ ହେବାର ସ୍ପଷ୍ଟ ହୋଇପଡ଼ିଛି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଗତ ପୌର ନିର୍ବାଚନ ପରେ ୨୦୨୨ ଏପ୍ରିଲ ୫ରେ ଅଧ୍ୟକ୍ଷା ଭାବେ ପ୍ରିୟଙ୍କା ଦାୟିତ୍ୱ ନେଇଥିଲେ। ମାତ୍ର ଏହା ପରେ ତାଙ୍କ ସ୍ବାମୀ ତଥା କାଉନସିଲର ଅଶୋକ କୁମାର ମହାକୁଡ଼ଙ୍କ କାର୍ଯ୍ୟକଳାପ ନେଇ ଅନ୍ୟ କାଉନସିଲରମାନେ ଓ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ି ଯାଇଥିଲା। ଯାହାକି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣି ଗାଦିଚ୍ୟୁତ କରିବା ଲାଗି ଦୀର୍ଘଦିନ ହେଲା ସହରବାସୀ ଲାଗିପଡ଼ିଥିଲେ।

ଜିଲାପାଳଙ୍କ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହନ୍ତ ନିର୍ବାଚନ ଅଧିକାରୀ ଭାବେ ପୁରୁଷୋତ୍ତମପୁର ଏନ୍‌ଏସିରେ ପହଞ୍ଚି ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ଅଧ୍ୟକ୍ଷାଙ୍କ ସ୍ବାମୀ ତଥା ଓ୍ବାର୍ଡ ନଂ ୪ର କାଉନସିଲର ଅଶୋକ କୁମାର ମହାକୁଡ଼, ଓ୍ବାର୍ଡ ନଂ ୬ର କାଉନସିଲର ସୁଦେଷ୍ଣା ବେହେରା ଓ ଓ୍ବାର୍ଡ ନଂ ୧୧ର କାଉନସିଲର ଅରୁଣ କୁମାର ମହାକୁଡ଼ ଅନୁପସ୍ଥିତ ରହିଥିବା ବେଳେ ସେଠାରେ ଉପସ୍ଥିତ ଥିବା ୧୦ ଜଣ କାଉନସିଲରଙ୍କୁ ନେଇ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ। ମାତ୍ର ଆଲୋଚନା ସଫଳ ନ ହେବାରୁ ଭୋଟିଂ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। ସେହି ସମୟରେ ଉପସ୍ଥିତ ସମସ୍ତ ୧୦ ଜଣ କାଉନସିଲର ଅଧ୍ୟକ୍ଷାଙ୍କ ବିରୋଧରେ ତଥା ଅନାସ୍ଥା ସପକ୍ଷରେ ଭୋଟ୍‌ ଦେଇଥିଲେ।

ସୂଚନାଯୋଗ୍ୟ, ଏନ୍‌ଏସିରେ ହୋଇଥିବା ସିଧାସଳଖ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ୁଥିବା ପ୍ରିୟଙ୍କା ଗୌଡ଼ ବିଜୟୀ ହୋଇ ଅଧ୍ୟକ୍ଷା ହୋଇଥିବା ବେଳେ ପରେ ବିଜେଡିରେ ସାମିଲ ହୋଇଥିଲେ। ମାତ୍ର ନିଜର କାର୍ଯ୍ୟକାଳ ଆରମ୍ଭରୁ ହିଁ ସେ ବିବାଦୀୟ ହୋଇପଡ଼ିଥିଲେ। ସେ କାଉନସିଲରମାନଙ୍କୁ ଦୁର୍ବ୍ୟବହାର କରି ମନମୁଖୀ କାର୍ଯ୍ୟ କରିବା, ମାତ୍ରାଧିକ ବ୍ୟୟ କରି ରାଜକୋଷ ଅର୍ଥ ହରିଲୁଟ କରିବା, ଉନ୍ନୟନମୂଳକ କାମଗୁଡ଼ିକୁ ଟେଣ୍ଡର ନ କରି ନିଜ ସମ୍ପର୍କୀୟମାନଙ୍କ ମାଧ୍ୟମରେ ନିମ୍ନମାନର କାର୍ଯ୍ୟ ଅର୍ଥ ହରିଲୁଟ କରିବା ଆଦି ବିଭିନ୍ନ ଅଭିଯୋଗକୁ ନେଇ କାଉନସିଲରଙ୍କ ମଧ୍ୟରେ ଅସନ୍ତୋଷ ଆରମ୍ଭ ହୋଇଥିଲା। ଫଳସ୍ବରୂପ ଗତମାସ ୨ ତାରିଖରେ ତାଙ୍କ ନାମରେ ଅନାସ୍ଥା ଅଣାଯାଇଥିଲା।

ପୁରୁଷୋତ୍ତମପୁର ଏନ୍‌ଏସିର ସମୁଦାୟ ୧୪ଟି ଓ୍ବାର୍ଡ ମଧ୍ୟରୁ ଓ୍ବାର୍ଡ ନଂ ୮ରେ କେହି ପ୍ରାର୍ଥୀ ନ ଥିବାରୁ ନିର୍ବାଚନ ହୋଇ ନ ପାରି ପଦବୀଟି ଖାଲି ପଡ଼ିଥିବାବେଳେ ଅନ୍ୟ ୧୩ଟି ଓ୍ବାର୍ଡରେ ନିର୍ବାଚନ ହୋଇଥିଲା। ଏଥିରେ ବିଜେଡି ୧୦ଟି ଓ୍ବାର୍ଡରେ ବିଜୟୀ ହୋଇଥିବା ବେଳେ ୩ଟି ଓ୍ବାର୍ଡରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିଲେ। ସେଥିମଧ୍ୟରୁ ବିଜେଡିର କୃଷ୍ଣଚନ୍ଦ୍ର ପଣ୍ଡା ଉପାଧ୍ୟକ୍ଷ ହୋଇଥିଲେ। ମାତ୍ର ଉପାଧ୍ୟକ୍ଷଙ୍କ ସମେତ ବିଜେଡିର ୭ ଜଣ କାଉନସିଲର ଓ ଦୁଇ ଜଣ ସ୍ବାଧୀନ କାଉନସିଲର ଅନାସ୍ଥା ଆଣିବା ପରେ ପରେ ଭାଜପାରେ ଯୋଗଦେଇଥିଲେ। ସେପଟେ ପଦବୀକୁ କିପରି ବଜାୟ ରଖିବେ ସେଥିନେଇ ଅଧ୍ୟକ୍ଷା ଆପ୍ରାଣ ଉଦ୍ୟମ କରି ଅଧ୍ୟକ୍ଷା ଓ ତାଙ୍କ ସମର୍ଥିତ କାଉନସିଲର ଅରୁଣ କୁମାର ମହାକୁଡ଼ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇ ପୃଥକ୍‌ ଭାବେ ଦୁଇଟି ରିଟ୍‌ ପିଟିଶନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri