Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୩ ଗିରଫ…

ଶ୍ରୀନଗର,୩୧।୫ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଏଲଓସି ନିକଟରେ ଅସ୍ତ୍ରଶସ୍ତ୍ର ତଥା ଡ୍ରଗ୍ସ ଚୋରା ଚାଲାଣର ଏକ ବଡ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଏହି ଘଟଣାରେ ତିନି ଜଣଙ୍କୁ ଭାରତୀୟ ଯବାନ ଗିରଫ କରିଛି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି। ଗୁଲପୁର ସେକ୍ଟରର କରମାରା ଗ୍ରାମରେ ସକାଳେ ଗୁଳି ବିନିମୟରେ ଜଣେ ସେନା ଯବାନ ଅନୁପ୍ରବେଶକାରୀଙ୍କ ଗୁଳିମାଡ଼ରେ ଆହତ ହୋଇଛନ୍ତି। ସେହିପରି ଯବାନଙ୍କ ପାଲଟା ଗୁଳି ଚାଳନାରେ ଜଣେ ଅନୁପ୍ରବେଶକାରୀ ଆହତ ହୋଇଥିବା ଅଧିକାରୀ କହିଛନ୍ତି।

ସୀମାରେ ନିୟୋଜିତ ଯବାନମାନେ ଅନୁପ୍ରବେଶକାରୀଙ୍କୁ ସନ୍ଦେହଜନକ କାର୍ଯ୍ୟକଳାପକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଏନେଇ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଅନୁପ୍ରବେଶକାରୀ ଏହାକୁ ନ ମାନି ଯବାନଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ଯବାନଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା।

ଅଧିକାରୀ କହିଛନ୍ତି, ସମଗ୍ର ଅଞ୍ଚଳକୁ ତୁରନ୍ତ କର୍ଡନ କରାଯାଇଥିଲା ଏବଂ ତିନି ଜଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ଆହତ ହୋଇଛନ୍ତି। ସେମାନଙ୍କଠାରୁ ଡ୍ରଗ୍ସ ଏବଂ ଅସ୍ତ୍ରଶସ୍ତ୍ରର ଜବତ କରାଯାଇଛି। ଗିରଫ ଅନୁପ୍ରବେଶକାରୀଙ୍କୁ ମୋହର ଫାରୁକ, ମୋହମଦ ରିଆଜ ଏବଂ କରିମାରା ଗାଁର ମୋହମଦ ଜୁବେର ବୋଲି ଚିହ୍ନଟ କରାଯାଇଛି। ମହମ୍ମଦ ଫାରୁକଙ୍କ ଗୋଡରେ ଗୁଳି ବାଜିଛି।

ସେମାନେ ସୀମା ଆରପାର୍ଶ୍ୱରୁ ଆସିଥିବା ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସକୁ ଚୋରା ଚାଲାଣ କରିବାକୁ ଚାହୁଁଥିଲେ। ସେମାନଙ୍କ ପାଖରୁ ଗୋଟିଏ ଏକେ-୪୭ ରାଇଫଲ, ଦୁଇଟି ପିସ୍ତଲ, ୬ଟି ଗ୍ରେନେଡ, ଏକ ଆଇଡି (ଇମ୍ପ୍ରୋଭାଇଜଡ ବିସ୍ଫୋରକ ଉପକରଣ) ଏବଂ ହେରୋଇନର ୨୦ ପ୍ୟାକେଟ ଜବତ କରାଯାଇଛି। ଅଧିକାରୀମାନେ କହିଛନ୍ତି ସର୍ବଶେଷ ରିପୋର୍ଟ ନ ପାଇବା ପର୍ଯ୍ୟନ୍ତ ସର୍ଚ୍ଚ ଅପରେଶନ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri