Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀ ନିହତ

ଅଟାରି,୧୭।୧୨: ପଞ୍ଜାବ ଅମୃତସରର ଅଟାରି ସୀମା ନିକଟରେ ଏକ ଅନୁପ୍ରବେଶ ଉଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଦେଇଛନ୍ତିି। ରାଜତାଲ ବିଓପିରେ ୨ ଜଣ ପାକିସ୍ତାନୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଏହାକୁ ଅନୁପ୍ରବେଶକାରୀମାନେ ମାନି ନ ଥିଲେ। ଶେଷରେ ବାଧ୍ୟ ହୋଇ ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ଗୁଳି ଚାଳନା କରାଯାଇଥିଲା। ଅନୁପ୍ରବେଶକାରୀଙ୍କ ନିକଟରୁ ଏକେ-୪୭ ସହିତ ବହୁ ପରିମାଣର ଗୁଳିଗୋଳା ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ବିଏସ୍‌ଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାଇଁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ବିଭିନ୍ନ ରାସ୍ତାରେ ଉପଯୋଗ କରାଯାଉଛି। ପୂର୍ବରୁ ବ୍ୟବହୃତ ହେଉଥିବା ରାସ୍ତା ବଦଳରେ ଏବେ ନୂଆ ନୂଆ ରାସ୍ତା ବାହାର କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ସ୍ବତନ୍ତ୍ର ତାଲିମ ଦିଆଯାଉଛି। ଯାହାଦ୍ୱାରା ଭାରତରେ ଅନୁପ୍ରବେଶ କରିବା ସହଜ ହୋଇ ପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri