Posted inଜାତୀୟ

ଅସ୍ତ୍ରବିରତି ବନ୍ଦ ହେଲେ ବି ଅନୁପ୍ରବେଶ ଜାରି…

ଶ୍ରୀନଗର,୨୬।୯: ଭାରତ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଅନ୍ୟ ଉପାୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଅସ୍ତ୍ରବିରତି ବନ୍ଦ ଥିଲେ ମଧ୍ୟ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଅନୁପ୍ରବେଶ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ରାମପୁର ସେକ୍ଟରରେ ପାକିସ୍ତାନ ପକ୍ଷରୁ ଆସିଥିବା ତିନି ଜଣ ଆତଙ୍କବାଦୀଙ୍କୁ ଭାରତୀୟ ସେନା ପକ୍ଷରୁ ଏନ୍‌କାଉଣ୍ଟର କରାଯାଇଥିଲା।

ନିହତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ ହୋଇଥିଲା। ଶନିବାର ନିୟନ୍ତ୍ରଣ ରେଖାର ଉରି ସେକ୍ଟରରେ ଭାରତୀୟ ସେନା ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ପ୍ରାୟ ତିନି ଘଣ୍ଟା ଧରି ଚାଲିଥିବା ଗୁଳିରେ ଜଣେ ଭାରତୀୟ ସେନା ଯବାନ ଆହତ ହୋଇଥିଲେ। ଯବାନଙ୍କ କାନ୍ଧରେ ଗୁଳି ବାଜିଛି। ଯବାନଙ୍କ ଅବସ୍ଥା ସ୍ଥିର ଏବଂ ବିପଦରୁ ବାହାରି ଯାଇଥିବା ଜଣାଯାଇଛି।

ଉରିର ଏହି ଅଞ୍ଚଳରେ ସେପ୍ଟେମ୍ବର ୧୮ରେ ୬ ଜଣ ଆତଙ୍କବାଦୀଙ୍କ ଅନୁପ୍ରବେଶ ଖବର ଆସିଥିଲା। ପ୍ରାୟ ତିନି ଦିନ ଧରି ଚାଲିଥିବା କମ୍ବିଂ ଅପରେଶନ ସତ୍ତ୍ୱେ ଆତଙ୍କବାଦୀଙ୍କ କୌଣସି ପତ୍ତା ମିଳିପାରି ନାହିଁ।

ଅନୁପ୍ରବେଶ ଖବର ପ୍ରଚାରିତ ହେବାପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉରିରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଥିଲା। ଯାହା ଦ୍ୱାରା ଆତଙ୍କବାଦୀମାନେ ସେମାନଙ୍କ ହ୍ୟାଣ୍ଡେଲର୍ଙ୍କ ସହ ଯୋଗାଯୋଗ କରିବା ସଫଳ ହୋଇ ପାରିବେ ନାହିଁ। ସେହିପରି ସେମାନେ ଗୁଗୁଲ-ମ୍ୟାପ ମଧ୍ୟ ବ୍ୟବହାର କରିପାରିବେ ନାହିଁ। ଫଳରେ କାଶ୍ମୀର ଉପତ୍ୟକାରେ ପ୍ରବେଶ କରିବା ସେମାନଙ୍କ ପାଇଁ କଷ୍ଟକର ହେବ।

ପାକିସ୍ତାନ ଅସ୍ତ୍ରବିରତିର ନାଟକ କରୁଥିବାବେଳେ ଅପରପକ୍ଷରେ ଅନୁପ୍ରବେଶକୁ ପ୍ରୋତ୍ସାହିତ କରୁଛି। ଏହା ଦ୍ୱାରା ସୀମାରେ ଉତ୍ତେଜନା ଥମିବା ବଦଳରେ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri