ବଢୁଛି ଅନୁପ୍ରବେଶ, ପ୍ରଶାସନ ନୀରବ

କେନ୍ଦ୍ରାପଡ଼ା ଅଫିସ,୧୫।୨: ବିଧାନ ରାୟ ଓ ଆଶାଲତାଙ୍କ ପୁଅ ଅମିତ(୨୯)ଙ୍କ ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍‌ ସହ ବରିସାଲର ପିଙ୍କି କମ୍ପ୍ୟୁଟର ଟ୍ରେନିଂ ସେଣ୍ଟରରୁ ୨୦୧୧ରେ ସାର୍ଟିଫିକେଟ ହାସଲ କରିଛନ୍ତି। ତାଙ୍କର ଅନ୍ୟତମ ଠିକଣା ହେଉଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକୋଳିଖଳା। ସ୍ଥାନୀୟ ଅଞ୍ଚଳରେ ୩ବର୍ଷ ଧରି ସୁଭଦ୍ରା ଓ ବିକାଶ ରାୟଙ୍କ ପୁଅ ଭାବେ ପରିଚିତ ହେଉଛନ୍ତି। ରାମନଗର ସରସ୍ବତୀ ଶିଶୁ ମନ୍ଦିରରୁ ୨୦୦୨ରୁ ୨୦୧୦ ପର୍ଯ୍ୟନ୍ତ ପାଠ ପଢ଼ିଥିବା ସାର୍ଟିଫିକେଟ ପାଇଛନ୍ତି। ଏହା ବଳରେ ଭୋଟର ପରିଚୟପତ୍ରଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ପ୍ରମାଣପତ୍ର ତାଙ୍କ ନାମରେ ଅଛି। ଏ ନେଇ ବରକୋଳିଖଳା ଗାଁର ସୁଭଦ୍ରା ପ୍ରଶାସନ ନିକଟରେ ଅଭିଯୋଗ କରିବା ପରେ ୨୦୧୮ରେ ତାଙ୍କର ସମସ୍ତ ପ୍ରମାଣପତ୍ର ରଦ୍ଦ କରାଯାଇଥିଲା। ତତ୍କାଳୀନ ଜିଲାପାଳ ଦାଶରଥି ଶତପଥୀ ବାଂଲାଦେଶକୁ ଫେରି ଯିବାକୁ ଅମିତଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅମିତ ଏବେ ବାଂଲାଦେଶକୁ ଯିବା ପରିବର୍ତ୍ତେ କଲିକତା ଓ କେନ୍ଦ୍ରାପଡ଼ା ଜିଲାରେ ରହୁଛନ୍ତି। ଜିଲାକୁ ବାଂଲାଦେଶୀ ଅନୁପ୍ରବେଶ କ୍ଷେତ୍ରରେ ଅମିତ ଏକ ଉଦାହରଣ। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଅନୁପ୍ରବେଶକାରୀଙ୍କ ଚିହ୍ନଟ ସହ ୨୦୦୫ରେ ଦେଶାନ୍ତର ପାଇଁ ନୋଟିସ ଦିଆଯାଇଛି। ମାତ୍ର ଜଣେ ହେଲେ ଅନୁପ୍ରବେଶକାରୀଙ୍କୁ ସ୍ଥାନାନ୍ତର କରାଯାଇନାହିଁ। ସେହିପରି ୨୦୧୯ରେ ୧୩୭ ଜଣଙ୍କୁ ଚିହ୍ନଟ କରାଯାଇ ଭୋଟର ତାଲିକାରୁ ନାମ କାଟିବାକୁ ଜିଲା ପ୍ରଶାସନ ପକ୍ଷରୁ ନୋଟିସ ହୋଇଛି। ଅପରପକ୍ଷରେ ଉପାନ୍ତ ଅଞ୍ଚଳରେ ମାତ୍ରାଧିକ ଅନୁପ୍ରବେଶକାରୀଙ୍କୁ ଦେଖିବାକୁ ମିଳୁଥିବା ବେଳେ ସମଗ୍ର ଜିଲାରେ ଏମାନେ କାୟା ବିସ୍ତାର କରିଥିତ୍ବା ବହୁ ବୁଦ୍ଧିଜୀବୀ ମତ ଦେଇଛନ୍ତି। ଜଙ୍ଗଲ ଜମି ଜବରଦଖଲଠାରୁ ଆରମ୍ଭ କରି ନିଶା କାରବାରରେ ଏମାନଙ୍କ ହାତ ରହୁଥିବା ସେମାନେ ପ୍ରକାଶ କରିବା ସହ ତୁରନ୍ତ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରାଯାଉ ବୋଲି ଦାବି କରିଛନ୍ତି।
ଏ ସମ୍ପର୍କରେ ସାମାଜିକ କର୍ମୀ ସୁନୀଲ କୁମାର ଗନ୍ତାୟତ, ପ୍ରତାପ କୁମାର ତ୍ରିପାଠୀ, ପ୍ରଭାତ ଦାସ, ଅଶେଷ ଖଟୁଆ, ଡ. ପି.ଏନ. ଗୌରାଙ୍ଗ ପ୍ରମୁଖ କହିଛନ୍ତି, ଜିଲା ତଥା ଦେଶ ପାଇଁ ଅନୁପ୍ରବେଶକାରୀ ବିପଦ ସାଜିଛନ୍ତି। ବଙ୍ଗଭଙ୍ଗ ସମୟରେ ଜିଲାରେ ମାତ୍ର ୧୨୩୭ ଜଣ ବାଂଲାଦେଶର ଶରଣାର୍ଥୀଙ୍କୁ ଥଇଥାନ କରାଯାଇଥିଲା।

ମହାକାଳପଡ଼ା ବ୍ଲକ ରାମନଗରର ସୀମିତ ଅଞ୍ଚଳରେ ଏମାନେ ରହୁଥିଲେ। ସାମ୍ପ୍ରତିକ ସମୟରେ ବାଂଲାଦେଶୀ ସମୁଦ୍ର ତଥା ବିଭିନ୍ନ ସଡକ ପଥ ଦେଇ ଜିଲାରେ ପହଞ୍ଚୁଛନ୍ତି। ୨୦୨୦ ମାର୍ଚ୍ଚରେ ୬ ଜଣ ବାଂଲାଦେଶୀଙ୍କୁ ଜମ୍ବୁ ପୋଲିସ ଧରିବା ପରେ ଛାଡି ଦେଇଥିଲା। ଏମାନେ ପ୍ରଥମେ ଏଠାରେ ସ୍ଥାନୀୟ ଅଧିବାସୀଙ୍କ ଜରିଆରେ ନିଜର ପରିଚୟପତ୍ର ଯୋଗାଡ କରିବା ପରେ ଜଙ୍ଗଲ ଜମିକୁ ମୁଖ୍ୟ ଟାର୍ଗେଟ କରି ବସତି ସ୍ଥାପନ କରୁଛନ୍ତି। ଏହାର ପରିଣାମ ସ୍ବରୂପ ୧୯୬୦ରୁ ଅଦ୍ୟାବଧି ଜିଲାରେ ୪୨ଟି ବଙ୍ଗଭାଷୀ ଅଧ୍ୟୁଷିତ ରାଜସ୍ବ ଗାଁ ସୃଷ୍ଟି ହୋଇ ସାରିଲାଣି। ଏହାଦ୍ୱାରା ଜାତୀୟ ଉଦ୍ୟାନ ଭିତରକନିକା ବିପଦରେ ପଡିଛି। ଜାତୀୟ ଉଦ୍ୟାନ ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ହୋଇଥିଲେ ମଧ୍ୟ ଜୀବଜନ୍ତୁ ଶିକାର, ଚିଙ୍ଗୁଡି ଘେରି ନିର୍ମାଣ, ଗଛ କାଟିବା ଆଦି କାର୍ଯ୍ୟ ସହ ଚୋରା ନିଶା କାରବାରରେ ଲିପ୍ତ ରହୁଛନ୍ତି। ଏ ନେଇ ବହୁ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଜିଲାର ୩ ସାମୁଦ୍ରିକ ଥାନାର ଭିତ୍ତିଭୂମି ସୁଦୃଢ ସହ ଅନୁପ୍ରବେଶକାରୀଙ୍କ ଚିହ୍ନଟ ଏବେ ଜରୁରୀ ହୋଇଥିବା ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ବସନ୍ତ କୁମାର ରାଉତ କୁହନ୍ତି, ଅମିତଙ୍କ ସମସ୍ତ ଭାରତୀୟ ପ୍ରମାଣପତ୍ର ରଦ୍ଦ ହୋଇଛି। ତେବେ ଅମିତ ରହୁଥିବା ନେଇ ଅନୁସନ୍ଧାନ ହେବ। ଅନୁପ୍ରବେଶକୁ ନେଇ କୌଣସି ଲିଖିତ ଅଭିଯୋଗପତ୍ର ନ ଥିବାରୁ ସାମୂହିକ ଭାବେ ଚିହ୍ନଟ କରିବା ସମ୍ଭବ ନୁହେଁ। ଏହା ଏକ ବିବାଦୀୟ ପରିସ୍ଥିତି ସୃଷ୍ଟି କରିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri