Posted inରାଜ୍ୟ

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶନିବାର ଓ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ । ଭୁବନଶ୍ୱେର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷା ହେବ । ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେହିସବୁ ଜିଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍‍ କମିଶନର୍‍ ନିର୍ଦ୍ଦେଶ ଦେଇଛନ୍ତି ।

ମତ୍ସ୍ୟଜୀବୀମାନଙ୍କୁ ଆଗାମୀ ୩ ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ୧୦ଟି ସ୍ଥାନରେ ପ୍ରବଳ ବର୍ଷା ଓ ୩ଟି ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।

ସେହିପରି ରାଜ୍ୟରେ ୬୦ ଦଶମିକ ୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ଚଳିତ ଜୁନ୍‍ ପହିଲାରୁ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୪୧ ଦଶମିକ ୩ ମିଲିମିଟର ବର୍ଷା ହୋଇଯାଇଛି । ଏହି ସମୟ ମଧ୍ୟରେ ୨୦୧ ଦଶମିକ ୪ ମିଲିମିଟର ବର୍ଷା ଆକଳନ କରାଯାଇଥିଲା । ତେବେ ରାଜ୍ୟର ଗୋଟିଏ ଜିଲାରେ ସର୍ବାଧିକ ପରିମାଣ ବର୍ଷା ହୋଇଥିବା ବେଳେ ୧୦ଟି ଜିଲ୍ଲାରେ ସାଧାରଣ ଓ ଦୁଇଟି ଜିଲାରେ ସାଧାରଣରୁ ସାମାନ୍ୟ ଅଧିକ ବର୍ଷା ହୋଇଛି । ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବିଭାଗ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri