ପାଣ୍ଡରାରେ ୨.୬୦୦ ଏକର ସରକାରୀ ଜମି କବ୍‌ଜା କରିଛନ୍ତି ପ୍ରଭାବଶାଳୀ

ଭୁବନେଶ୍ୱର, ୨୨ା୭(ବନ୍ଦନା ସେଠୀ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡରା ମୌଜାରେ ହୋଇଥିବା ବେଆଇନ ଜବରଦଖଲକୁ ଉଚ୍ଛେଦ କରାଯାଇଛି। ଦୀର୍ଘଦିନ ଧରି ୨ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମିକୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ମାଡ଼ିବସି ଘର, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ନିର୍ମାଣ କରିଥିଲେ। ସୋମବାର ବିଡିଏର ମିଳିତ ଟିମ୍‌ ପକ୍ଷରୁ ଏହି ଅଞ୍ଚଳରୁ ଉଚ୍ଛେଦ ଆରମ୍ଭ ହୋଇଛି।
ମୌଜା ଅନ୍ତର୍ଗତ ପ୍ଲଟ ନଂ. ୩୮୭୭, ୩୮୭୮, ୩୮୭୯, ୩୮୮୦, ୩୮୮୫, ୩୮୮୬ ଓ ୩୯୯୯ରେ ଥିବା ୨ ଏକର ୬୦୦ ଡିସିମିଲ ଜମି ସାଧାରଣ ପ୍ରାଶସନ ବିଭାଗ ଅଧୀନରେ ରହିଛି। ଏହି ସରକାରୀ ପ୍ଲଟ୍‌ ଉପରେ କେତେଜଣ ବ୍ୟକ୍ତି ଜୋରଜବରଦସ୍ତ ବେଆଇନ ଭାବେ ଘର ତିଆରି କରି ଭଡ଼ା ସୂତ୍ରରେ ଦେଉଥିଲେ। ତେବେ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ମିଳିବା ପରେ ବିଡିଏ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ୧, ୨, ୩, ୪, ୫ ଓ ୬ ସମ୍ପୃକ୍ତ ସ୍ଥାନରେ ପହଞ୍ଚତ୍ ଜବରଦଖଲ ଉଚ୍ଛେଦ ଆରମ୍ଭ କରିଥିଲା। ପ୍ରଥମ ଦିନର ଏହି ଉଚ୍ଛେଦରେ ୩୦୦ବର୍ଗ ଫୁଟର ପାଚେରୀ, ୯ଟି ଆଜବେଷ୍ଟସ୍‌ ଘର, ଦୁଇଟି ଶୌଚାଳୟ, ୫ଟି ଲୁହା ଗେଟ, ଗୋଟିଏ ଟିଣ ଘରର ସଂପ୍ରାସରଣ ଅଂଶ, ୫ଟି ଟିଣ ନିର୍ମିତ ଘର, ୩ଟି ଛାତ ଘର ଏବଂ ୧୦୦ବର୍ଗଫୁଟର ବାଉଁଶ ନିର୍ମିତ ବାଡ଼କୁ ମାଟିରେ ମିଶାଇ ଦିଆଯାଇଛି। ପ୍ରାୟ ୨୦୦ ଡିସିମିଲ ଜମିରୁ ଉଚ୍ଛେଦ ହୋଇଥିବା ବେଳେ ବାକି ଜମିରୁ ମଙ୍ଗଳବାର ଉଚ୍ଛେଦ କରାଯିବ ବୋଲି ସୂଚନା ଦିଆଯାଇଛି। ଉଚ୍ଛେଦ ସମୟରେ ବିଡିଏ ଏନ୍‌ଫୋର୍ସମେଣ୍ଟ ଅଫିସର ଦେବରାଜ ସେଠୀ, ବିଡିଏ ଲିଆସନ ଅଫିସର ଶୁଭ୍ରାଂଶୁ ଶେଖର ମହାନ୍ତି ଏବଂ ଜିଏର ଆରଆଇ ଓ ଅମିନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri