Posted inଜାତୀୟ

ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ: ଆଡଭାଇଜରୀ ଜାରି କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୮।୩: ଦେଶରେ ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବୃଦ୍ଧି ପାଉଛି। ତେବେ ମହାରାଷ୍ଟ୍ର ବର୍ତ୍ତମାନ ସମୟରେ ଏହି ଭାଇରସ କରୋନା ଭଳି ଦ୍ରୁତ ଗତିରେ ବଢୁଛି। ଏହାକୁ ନେଇ ସମସ୍ତ ହସ୍ପିଟାଲକୁ ସତର୍କ ରହିବାକୁ କୁହାଯାଇଛି। ଲୋକମାନେ ପୁଣି ଥରେ ମାସ୍କ ପିନ୍ଧିବା ଆରମ୍ଭ କରିଛନ୍ତି। ଅନ୍ୟପଟେ, ଦିଲ୍ଲୀ ସରକାର ଆଡଭାଇଜରୀ ଜାରି କରି ଲୋକ(ବିଶେଷକରି ଶିଶୁ ଏବଂ ବୃଦ୍ଧ)ଙ୍କୁ ସତର୍କତା ଅବଲମ୍ବନ କରିବାକୁ ଅନୁରୋଧ କରିଛନ୍ତି। ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ ଶୁକ୍ରବାର ଦେଶରେ କୋଭିଡ ଏବଂ ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବୃଦ୍ଧି ଘଟଣାରେ ଲୋକଙ୍କୁ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରରେ ରହିବାକୁ ଅନୁରୋଧ କରିଛନ୍ତି। ସରକାରୀ ଡାକ୍ତରଖାନାଗୁଡ଼ିକରେ ମାମଲା କମ୍‌ ଥିବା ସେ କହିଛନ୍ତି।

ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବର୍ତ୍ତମାନ ସୁଦ୍ଧା ଦେଶରେ ଅତି କମରେ ନଅ ଜଣଙ୍କର ମୃତ୍ୟୁ ଘଟିଛି। କର୍ନାଟକର ହାସନ ଜିଲରେ ପ୍ରଥମେ ଏହି ଭାଇରସରେ ଜଣେ ୮୨ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଜାନୁୟାରୀ ୨ ରୁ ମାର୍ଚ୍ଚ ୫ ମଧ୍ୟରେ ଦେଶରେ ୪୫୧ ଟି ଏଚ୍‌୩ଏନ୍‌୨ ମାମଲା ସାମ୍ନାକୁ ଆସିଛି। ତେବେ ଡାକ୍ତରଖାନାଗୁଡ଼ିକର ପ୍ରସ୍ତୁତି ଉପରେ ନଜର ରଖିବାକୁ ରାଜ୍ୟମାନଙ୍କୁ ଅନୁରୋଧ କରିଛି ମନ୍ତ୍ରଣାଳୟ। ଏଥିସହ ମାସ୍କ, ଅକ୍ସିଜେନ୍‌, ଔଷଧ ମହଜୁଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri