Posted inଜାତୀୟ

ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ: ଆଡଭାଇଜରୀ ଜାରି କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୮।୩: ଦେଶରେ ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବୃଦ୍ଧି ପାଉଛି। ତେବେ ମହାରାଷ୍ଟ୍ର ବର୍ତ୍ତମାନ ସମୟରେ ଏହି ଭାଇରସ କରୋନା ଭଳି ଦ୍ରୁତ ଗତିରେ ବଢୁଛି। ଏହାକୁ ନେଇ ସମସ୍ତ ହସ୍ପିଟାଲକୁ ସତର୍କ ରହିବାକୁ କୁହାଯାଇଛି। ଲୋକମାନେ ପୁଣି ଥରେ ମାସ୍କ ପିନ୍ଧିବା ଆରମ୍ଭ କରିଛନ୍ତି। ଅନ୍ୟପଟେ, ଦିଲ୍ଲୀ ସରକାର ଆଡଭାଇଜରୀ ଜାରି କରି ଲୋକ(ବିଶେଷକରି ଶିଶୁ ଏବଂ ବୃଦ୍ଧ)ଙ୍କୁ ସତର୍କତା ଅବଲମ୍ବନ କରିବାକୁ ଅନୁରୋଧ କରିଛନ୍ତି। ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ ଶୁକ୍ରବାର ଦେଶରେ କୋଭିଡ ଏବଂ ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବୃଦ୍ଧି ଘଟଣାରେ ଲୋକଙ୍କୁ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରରେ ରହିବାକୁ ଅନୁରୋଧ କରିଛନ୍ତି। ସରକାରୀ ଡାକ୍ତରଖାନାଗୁଡ଼ିକରେ ମାମଲା କମ୍‌ ଥିବା ସେ କହିଛନ୍ତି।

ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବର୍ତ୍ତମାନ ସୁଦ୍ଧା ଦେଶରେ ଅତି କମରେ ନଅ ଜଣଙ୍କର ମୃତ୍ୟୁ ଘଟିଛି। କର୍ନାଟକର ହାସନ ଜିଲରେ ପ୍ରଥମେ ଏହି ଭାଇରସରେ ଜଣେ ୮୨ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଜାନୁୟାରୀ ୨ ରୁ ମାର୍ଚ୍ଚ ୫ ମଧ୍ୟରେ ଦେଶରେ ୪୫୧ ଟି ଏଚ୍‌୩ଏନ୍‌୨ ମାମଲା ସାମ୍ନାକୁ ଆସିଛି। ତେବେ ଡାକ୍ତରଖାନାଗୁଡ଼ିକର ପ୍ରସ୍ତୁତି ଉପରେ ନଜର ରଖିବାକୁ ରାଜ୍ୟମାନଙ୍କୁ ଅନୁରୋଧ କରିଛି ମନ୍ତ୍ରଣାଳୟ। ଏଥିସହ ମାସ୍କ, ଅକ୍ସିଜେନ୍‌, ଔଷଧ ମହଜୁଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri