Posted inଜାତୀୟ

ଦ୍ୱିତୀୟ କୋଭିଡ୍‌ ଲହର ବେଳେ ଗଙ୍ଗାରୁ କେତେ ମୃତଦେହ ମିଳିଥିଲା?

ନୂଆଦିଲ୍ଲୀ,୭।୨: ଦ୍ୱିତୀୟ କୋଭିଡ୍‌ ଲହର ଶୀର୍ଷରେ ଥିବାବେଳେ ଗଙ୍ଗା ନଦୀରେ କେତେ ସଂଖ୍ୟାରେ ମୃତଦେହ ମିଳିଥିଲା? ଏ ସମ୍ପର୍କୀତ କୌଣସି ତଥ୍ୟ ଉପଲବ୍ଧ ନ ଥିବା ରାଜ୍ୟସଭାରେ ସୋମବାର କେନ୍ଦ୍ର ସରକାର କହିଛନ୍ତି।

ଗଙ୍ଗ ନଦୀରୁ କେତେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମୃତଦେହ ମିଳିଥିଲା ଏବଂ ସେହି ମୃତଦେହର ସଂସ୍କାର ପାଇଁ କ’ଣ କ’ଣ ପଦକ୍ଷେପ ନିଆଯାଇଥିଲା ବୋଲି ପ୍ରଶ୍ନ କରିଥିଲେ ତୃଣମୂଳ କଂଗ୍ରେସ ଏମ୍‌ପି ଡେରେକ ଓ’ବ୍ରେନ।

ଉତ୍ତରରେ ଜୁନିୟର ଜଳ ଶକ୍ତି ମନ୍ତ୍ରୀ ବିଶ୍ୱେସ୍ବର ଟୁଡୁ କହିଥିଲେ, ଗଙ୍ଗ ନଦୀରୁ କେତେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମୃତଦେହ ମିଳିଥିଲା, ତାହାର କୌଣସି ତଥ୍ୟ କେନ୍ଦ୍ର ସରକାରଙ୍କ ପାଖରେ ନାହିଁ। ନଦୀ ଓ ଏହାର କୂଳରୁ ମିଳିଥିବା କିଛି ମୃତଦେହକୁ କେହି ଦାବି କରି ନ ଥିଲେ। କିଛି ମୃତଦେହର ପରିଚୟ ମିଳି ନ ଥିଲା। ପୂରା ପୋଡ଼ି ଯାଇଥିବା ମୃତଦେହ ମଧ୍ୟ ମିଳିଥିଲା। ସ୍ବଚ୍ଛ ଗଙ୍ଗା ଜାତୀୟ ମିଶନ ଜରିଆରେ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ସରକାରଙ୍କଠାରୁ ମୃତଦେହ ସଂସ୍କାର ଲାଗି କେଉଁ ପଦକ୍ଷେପ ନିଆଯାଇଛି, ତା’ର ବିସ୍ତୃତ ରିପୋର୍ଟ ମଗାଯାଇଛି। ଉଲ୍ଲେକଯୋଗ୍ୟ, କୋଭିଡ୍‌-୧୯ ଦ୍ୱିତୀୟ ଲହର ଶୀର୍ଷରେ ଥିବା ବେଳେ ଗଙ୍ଗା ନଦୀରେ ଶହ ଶହ ମୃତଦେହ ଭାଷୁଥିବା ଉତ୍ତରପ୍ରଦେଶ ଓ ବିହାରରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri