Posted inଜାତୀୟ

ଦ୍ୱିତୀୟ କୋଭିଡ୍‌ ଲହର ବେଳେ ଗଙ୍ଗାରୁ କେତେ ମୃତଦେହ ମିଳିଥିଲା?

ନୂଆଦିଲ୍ଲୀ,୭।୨: ଦ୍ୱିତୀୟ କୋଭିଡ୍‌ ଲହର ଶୀର୍ଷରେ ଥିବାବେଳେ ଗଙ୍ଗା ନଦୀରେ କେତେ ସଂଖ୍ୟାରେ ମୃତଦେହ ମିଳିଥିଲା? ଏ ସମ୍ପର୍କୀତ କୌଣସି ତଥ୍ୟ ଉପଲବ୍ଧ ନ ଥିବା ରାଜ୍ୟସଭାରେ ସୋମବାର କେନ୍ଦ୍ର ସରକାର କହିଛନ୍ତି।

ଗଙ୍ଗ ନଦୀରୁ କେତେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମୃତଦେହ ମିଳିଥିଲା ଏବଂ ସେହି ମୃତଦେହର ସଂସ୍କାର ପାଇଁ କ’ଣ କ’ଣ ପଦକ୍ଷେପ ନିଆଯାଇଥିଲା ବୋଲି ପ୍ରଶ୍ନ କରିଥିଲେ ତୃଣମୂଳ କଂଗ୍ରେସ ଏମ୍‌ପି ଡେରେକ ଓ’ବ୍ରେନ।

ଉତ୍ତରରେ ଜୁନିୟର ଜଳ ଶକ୍ତି ମନ୍ତ୍ରୀ ବିଶ୍ୱେସ୍ବର ଟୁଡୁ କହିଥିଲେ, ଗଙ୍ଗ ନଦୀରୁ କେତେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମୃତଦେହ ମିଳିଥିଲା, ତାହାର କୌଣସି ତଥ୍ୟ କେନ୍ଦ୍ର ସରକାରଙ୍କ ପାଖରେ ନାହିଁ। ନଦୀ ଓ ଏହାର କୂଳରୁ ମିଳିଥିବା କିଛି ମୃତଦେହକୁ କେହି ଦାବି କରି ନ ଥିଲେ। କିଛି ମୃତଦେହର ପରିଚୟ ମିଳି ନ ଥିଲା। ପୂରା ପୋଡ଼ି ଯାଇଥିବା ମୃତଦେହ ମଧ୍ୟ ମିଳିଥିଲା। ସ୍ବଚ୍ଛ ଗଙ୍ଗା ଜାତୀୟ ମିଶନ ଜରିଆରେ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ସରକାରଙ୍କଠାରୁ ମୃତଦେହ ସଂସ୍କାର ଲାଗି କେଉଁ ପଦକ୍ଷେପ ନିଆଯାଇଛି, ତା’ର ବିସ୍ତୃତ ରିପୋର୍ଟ ମଗାଯାଇଛି। ଉଲ୍ଲେକଯୋଗ୍ୟ, କୋଭିଡ୍‌-୧୯ ଦ୍ୱିତୀୟ ଲହର ଶୀର୍ଷରେ ଥିବା ବେଳେ ଗଙ୍ଗା ନଦୀରେ ଶହ ଶହ ମୃତଦେହ ଭାଷୁଥିବା ଉତ୍ତରପ୍ରଦେଶ ଓ ବିହାରରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ...

ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri