ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସୂଚନା କମିଶନର ପଦବୀ ପୂରଣ କରିବାରେ ରାଜ୍ୟଗୁଡ଼ିକର ଅକ୍ଷମତା ହେତୁ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରୁନାହିଁ। ଏଥିଯୋଗୁ ଲୋକଙ୍କ ସୂଚନା ପାଇବା ଅଧିକାର ପ୍ରଭାବିତ ହେଉଛି। ଖାଲି ପଦବୀ ପୂରଣ ନ ହେଲେ ଆର୍‌ଟିଆଇ ଏକ ‘ମୃତପତ୍ର’ରେ ପରିଣତ ହୋଇଯିବ ବୋଲି ଶୀର୍ଷ ଅଦାଲତ ସତର୍କ କରାଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଅନେକ ପଦବୀ ଖାଲି ପଡ଼ିଛି। ୪ ସପ୍ତାହ ମଧ୍ୟରେ ଏହି ପଦବୀଗୁଡ଼ିକୁ ପୂରଣ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଓଡ଼ିଶାରେ ମୁଖ୍ୟ ସୂଚନା କମିଶନରଙ୍କୁ ଛାଡ଼ି ୫ ସୂଚନା କମିଶନର ନିଯୁକ୍ତି ପାଇପାରିବେ ବୋଲି ବ୍ୟବସ୍ଥା ରହିଛି। ହେଲେ ଏବେ ମାତ୍ର ଦୁଇ ଜଣ ସୂଚନା କମିଶନର ଅଛନ୍ତି। ଅର୍ଥାତ୍‌ ମୁଖ୍ୟ ସୂଚନା କମିଶନର ଓ ୩ ସୂଚନା କମିଶନର ପଦବୀ ଖାଲି ପଡ଼ିଛି। ମୁଖ୍ୟ ସୂଚନା କମିଶନର ଜଳଦ ତ୍ରିପାଠୀଙ୍କ ଅବସର ପରେ ସେହି ପଦବୀ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri