ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଶନିବାର ରାତିରେ ବେହୁରା ତାଙ୍କ ସହଯୋଗୀ ସୁଶାନ୍ତ କୁମାର ବେହେରା ଓ ବଳରାମ ଦାସଙ୍କ ସହ ନିଜ କାର୍‌ରେ କବାଟବନ୍ଧ ଅଞ୍ଚଳରୁ ଏକ ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଜାରକା ଫେରୁଥିବା ସମୟରେ ଇମାମ୍‌ନଗର ଗ୍ରାମ ନିକଟରେ ଏକ କଳା ପଲ୍‌ସରରେ ୨ଜଣ ଦୁର୍ବୃତ୍ତ ଆସି କାର୍‌ ଉପରକୁ ବୋମାମାଡ଼ କରିଛନ୍ତି। ଏଥିରେ ବେହୁରା ଓ ତାଙ୍କ ୨ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଜଣେ ସୂଚନା ଅଧିକାରୀଙ୍କ ଉପରେ ଏଭଳି ଆକ୍ରମଣକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ସୂଚନା ଥାଉକି ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ, ଆରୁହା, ବିଛାଖଣ୍ଡି ଆଦି ପାହାଡ଼ରୁ ବେଆଇନ ପଥର ଉତ୍ତୋଳନକୁ ବିରୋଧ କରି ବେହୁରା ବିଭିନ୍ନ ଫୋରମ୍‌ର ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ, ଏନ୍‌ଜିଟି ଓ ଲୋକାୟୁକ୍ତରେ ମାମଲା ବିଚାରାଧୀନ ରହିଛି। ଜିଲା ଏବଂ ତହସିଲ୍‌ ପ୍ରଶାସନକୁ ଏନେଇ ରିପୋର୍ଟ ତଲବ ମଧ୍ୟ ହୋଇଛି। ଏହାବାଦ୍‌ ଗତ ବନ୍ୟାରେ ରମାପୁର ଘାଇ ଭାଙ୍ଗିବା ମନୁଷ୍ୟକୃତ ବୋଲି ଅଭିଯୋଗ କରି ବେହୁରା ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ତା’ର ତଦନ୍ତ ଚଳାଇଛି। ଏହି ସବୁ ଯୋଗୁ ତାଙ୍କୁ ଅସାମାଜିକ ବ୍ୟକ୍ତିମାନେ ଟାର୍ଗେଟ କରିଥିବା ସନ୍ଦେହ କରାଯାଉଛି ବୋଲି ବରିଷ୍ଠ ଆଇନଜୀବୀ ଉଦୟନାଥ ସାହୁ କହିଛନ୍ତି। ଯାଜପୁର ଏସ୍‌ପି ରାହୁଲ ପି.ଆର୍‌. ଘଟଣାସ୍ଥଳକୁ ଯାଇ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି। ଅପରପକ୍ଷରେ ଏହି ଘଟଣାକୁ ଭାଜପା ପକ୍ଷରୁ ନିନ୍ଦା କରାଯିବା ସହ ପୋଲିସ ମହାନିର୍ଦ୍ଦେଶକ ହସ୍ତକ୍ଷେପ କରନ୍ତୁ ବୋଲି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri