ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ ଚର୍ଚ୍ଚା ଜୋର ଧରିଥିଲା। ରବିବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ଏକ ସ୍ପଷ୍ଟୀକରଣ ଜାରି କରାଯାଇଛି। କଳାଧନ ବଢିଥିବା ରିପୋର୍ଟ ଭୁଲ୍‌ ବୋଲି ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ସୁଇସ କର୍ତ୍ତୃପକ୍ଷ କହିଥିଲେ, ଭାରତୀୟଙ୍କ ଜମା ଗୋଟିଏ ବର୍ଷରେ ପ୍ରାୟ ୩ ଗୁଣ ବଢିଛି। କୋଭିଡ୍‌ ସମୟରେ ଜମାରେ ଏଭଳି ବୃଦ୍ଧି ହୋଇଥିବା କୁହାଯାଇଛି। ସୁଇସ୍‌ ବ୍ୟାଙ୍କ କର୍ତ୍ତୃପପକ୍ଷଙ୍କ ରିପୋର୍ଟ ମୁତାବକ, ୨୦୨୦ ଶେଷ ଯାଏ ଭାରତୀୟଙ୍କ ଜମା ବୃଦ୍ଧି ହୋଇ ୨୦,୭୦୦ କୋଟି ଟଙ୍କା ଛୁଇଁଛି। ୨୦୧୯ ଶେଷ ଯାଏ ଏହା ୬୬୨୫ କୋଟି ଟଙ୍କା ରହିଥିଲା।
୨୦୨୦ ଶେଷ ଯାଏ ଜମାର ହାର ୧୩ ବର୍ଷର ରେକର୍ଡ ଭାଙ୍ଗିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ସୁଇସ ନ୍ୟାଶନାଲ ବ୍ୟାଙ୍କ ପକ୍ଷରୁ ଏଭଳି ତଥ୍ୟ ଜାରି କରାଯାଇଥିବା ବେଳେ ଭାରତୀୟମାନେ ସେଠାରେ କେତେ କଳାଟଙ୍କା ଲୁଚାଇ ରଖିଛନ୍ତି ସେ ନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ। ଭାରତ ସରକାର କହିଛନ୍ତି ଯେ, ଭାରତୀୟ ନାଗରିକ, ପ୍ରବାସୀ ଭାରତୀୟ କିମ୍ବା ଅନ୍ୟ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ବିଭିନ୍ନ ଦେଶରେ ଚାଲୁଥିବା ସଂସ୍ଥା ଦ୍ୱାରା କରିଥିବା ଜମା ସମ୍ପର୍କରେ କିଛି ସୂଚନା ସୁଇସ କର୍ତ୍ତୃପକ୍ଷ ଦେଇନାହାନ୍ତି। ଅର୍ଥ ମନ୍ତ୍ରଣାଳୟ ମୁତାବକ, ଭାରତୀୟଙ୍କ ଜମା ୨୦୧୯ରେ ନିମ୍ନ ସ୍ତରକୁ ଆସିଥିଲା। ସେହିଭଳି ଟ୍ରଷ୍ଟଗୁଡିକର ଜମା ମଧ୍ୟ ଅନେକ ପରିମାଣରେ ଖସିଛି। ବଣ୍ଡ, ସିକ୍ୟୁରିଟିଜ ଏବଂ ଅନ୍ୟ ଫାଇନାନ୍ସିଆଲ ଇନଷ୍ଟ୍ରୁମେଣ୍ଟରେ ଲୋକମାନେ ଅଧିକ ନିବେଶ କରିଛନ୍ତି। ଭାରତ ସରକାର ଏ ସଂକ୍ରାନ୍ତ ରିପୋର୍ଟ ଉପରେ ବିସ୍ତୃତ ତଥ୍ୟ ବର୍ତ୍ତମାନ ମାଗିଛନ୍ତି। ବିଭିନ୍ନ ଦିଗକୁ ସରକାର ତର୍ଜମା କରିବେ ବୋଲି ଜଣାପଡିଛି। ଉଲ୍ଲେଖଯୋଗ୍ୟ, ଟିକସ ମାମଲା ସଂକ୍ରାନ୍ତ ତଥ୍ୟ ଆଦାନ ପ୍ରଦାନ ଲାଗି ଭାରତ ଏବଂ ସୁଇଜରଲାଣ୍ଡ ଚୁକ୍ତିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri