ସହରବାସୀଙ୍କୁ ଆପ୍‌ରେ ମିଳିବ ସୂଚନା

ଅନୁଗୋଳ ଅଫିସ୍‌, ୩।୭
ରାଜ୍ୟ ଗ୍ରାମୀଣ ବିକାଶ ଅନୁଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ପୂର୍ବାହ୍ନରେ ଭିଡିଓ କନଫରେନ୍ସ ଜରିଆରେ କରୋନା ମୁକାବିଲା ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୱାସୱାନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇ ପ୍ରଶିକ୍ଷଣ ନେଇଛନ୍ତି। ପଞ୍ଚାୟତସ୍ତରରେ କୋଭିଡ୍‌ କେୟାର ହୋମ୍‌ ଓ ଗ୍ରାମ୍ୟସ୍ତରରେ କୋଭିଡ୍‌ ପରିଚାଳନା କମିଟି ଗଠନ କରାଯାଇ ସଦସ୍ୟମାନଙ୍କୁ ତାଲିମ ପ୍ରଦାନ ଉପରେ ଆଲୋଚନା ହୋଇଥିଲା। ସହରାଞ୍ଚଳରେ ସଚେତକ ଆପ୍‌ ମାଧ୍ୟମରେ ଲୋକମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ କରୋନା ଚିକିତ୍ସା ସମ୍ପର୍କରେ ତଥ୍ୟ ଯୋଗାଇ ଦିଆଯିବ ବୋଲି ଏଥିରେ ନିଷ୍ପତ୍ତି ହୋଇଥିଲା। ପ୍ରବାସୀଙ୍କ ଫେରିବା ସଂଖ୍ୟା କମିଯାଇଥିବାରୁ ପଞ୍ଚାୟତରେ କୋଭିଡ୍‌ କେୟାର ହୋମ୍‌ କାର୍ଯ୍ୟକାରୀ ହେବ। ଏହା ମଧ୍ୟରେ କୌଣସି ପ୍ରବାସୀ ଆସିଲେ ପଞ୍ଚାୟତକୁ ନେଇ କ୍ଳଷ୍ଟରସ୍ତରରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ସେମାନେ ସଙ୍ଗରୋଧରେ ରହିବେ। ସେହିପରି ସହରାଞ୍ଚଳରେ କୋଭିଡ୍‌ ପରିଚାଳନା ପାଇଁ ୱାର୍ଡସ୍ତରୀୟ କମିଟି ଓ ରାଜସ୍ବ ଗ୍ରାମରେ ଗ୍ରାମ୍ୟସ୍ତରୀୟ କୋଭିଡ୍‌ ପରିଚାଳନା କମିଟି ଗଠନ ହେବ। ଗ୍ରାମ୍ୟସ୍ତରୀୟ କୋଭିଡ୍‌ ପରିଚାଳନା କମିଟିର କାର୍ଯ୍ୟ ସମୀକ୍ଷା ପାଇଁ ହୋଇଥିବା ବ୍ୟବସ୍ଥା ସମ୍ପର୍କରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଡି. କେ. ସିଂହ, ନିର୍ଦ୍ଦେଶକ ରାଜ୍ୟ ଗ୍ରାମ୍ୟ ବିକାଶ ଅନୁଷ୍ଠାନ (ଏସ୍‌ଆଇଆର୍‌ଡି) ରାଜେଶ ପାଟିଲ ଓ ଯୁଗ୍ମ ନିର୍ଦ୍ଦେଶକ ସରୋଜ ଦାସଙ୍କ ସମେତ ବିଭାଗୀୟ କର୍ମକର୍ତ୍ତା ଓ ୟୁନିସେଫର କର୍ମଚାରୀ ଯୋଗଦେଇ ପ୍ରଶିକ୍ଷଣ ଦେଇଥିଲେ। ଜିଲାସ୍ତରରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାକେଶ କୁମାର କୁଣ୍ଡୁ ଏହି ଭିଡିଓ କନଫରେନ୍ସ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri