ଇନ୍‌ଫୋସିସ ନେଟ୍‌ ଲାଭ ୧୭% ବଢ଼ିଲା

ନୂଆଦିଲ୍ଲୀ,୧୪।୧:ଦେଶର ଦ୍ୱିତୀୟ ବୃହତ୍‌ ଆଇଟି ସେବା ଯୋଗାଣକାରୀ କମ୍ପାନୀ ଇନ୍‌ଫୋସିସର ନେଟ୍‌ ଲାଭ ୧୭% ବଢିଛି। ଡିସେମ୍ବର ୩୧ ସୁଦ୍ଧା ଏହି କମ୍ପାନୀର ନେଟ୍‌ ଲାଭ ୫,୧୯୭ କୋଟି ଟଙ୍କା ରହିଛି। କମ୍ପାନୀ ଏହି ତ୍ରୈମାସରେ ୨୫,୯୨୭ କୋଟି ଟଙ୍କା ରାଜସ୍ବ ଲାଭ କରିଛ; ଯାହା ଗତ ବର୍ଷ ସମାନ ସମୟରେ ୨୩,୦୯୨ କୋଟି ଟଙ୍କା ରହିଥିଲା। ଏହି ତ୍ରୈମାସରେ ରାଜସ୍ବ ୧୨.୩% ଊର୍ଦ୍ଧ୍ୱରେ ରହିଥିବା କମ୍ପାନୀ ପ୍ରକାଶ କରିଛି। ୪.୫ରୁ ୫% ଅଭିବୃଦ୍ଧି ଗାଇଡ୍‌ ସହ ଏହା ଅଗ୍ରସର ହେଉଛି। ଆଉ ଏକ ତ୍ରୈମାସରେ ଇନ୍‌ଫୋସିସ୍‌ ଭଲ ଫଳାଫଳ କରିଛି ବୋଲି ଏହାର ଏମ୍‌ଡି ତଥା ସିଇଓ ସଲିଲ ପାରେଖ କହିଛନ୍ତି। କ୍ଲାଏଣ୍ଟଙ୍କୁ ଧରି ରଖିବାର କୌଶଳ, ଡିଜିଟାଲ ଟ୍ରାନ୍ସଫରମେଶନ ଏବଂ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଦିଗରେ କମ୍ପାନୀ ବିଭିନ୍ନ ପଦକ୍ଷେପ ହାତକୁ ନେଉଛି। କମ୍ପାନୀ ଭିନ୍‌ଗାର୍ଡ, ଡାଏମର, ରୋଲ୍‌ସ ରଏସ୍‌ ଭଳି ଗ୍ଲୋବାଲ ପାର୍ଟନରଙ୍କୁ ସେବା ଯୋଗାଣ ଧାରା ଜାରି ରଖିଥିବା ପାରେଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri