Posted inଖେଳ

‘ଜିଲାସ୍ତରରେ ଭିତ୍ତିଭୂମି ବିକାଶ ଅପରିହାର୍ଯ୍ୟ’

ଭୁବନେଶ୍ୱର,୨୬ା୪ (ସ୍ପୋଟର୍‌ସ ବ୍ୟୁରୋ): କ୍ରୀଡ଼ା ସଂସ୍କୃତିକୁ ପ୍ରୋତ୍ସାହିତ କରିବାକୁ ହେଲେ ଜିଲାସ୍ତରରେ ସ୍ବଳ୍ପ ବ୍ୟୟରେ ଭିତ୍ତିଭୂମି ବିକାଶ ଅପରିହାର୍ଯ୍ୟ। ସମ୍ପ୍ରତି ଇମ୍ଫାଲଠାରେ କେନ୍ଦ୍ର କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ଏବଂ କ୍ରୀଡ଼ା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଦ୍ୱାରା ଆୟୋଜିତ ଦୁଇ ଦିନିଆ ସମ୍ମିଳନୀ ‘ଚିନ୍ତନ ଶିବିର’ରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ବିଭାଗୀୟ ସଚିବ ଭିନିଲ କ୍ରିଷ୍ଣା ମତବ୍ୟକ୍ତ କରିଥିଲେ। ‘ଚିନ୍ତନ ଶିବିର’ରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଅଧ୍ୟକ୍ଷତା କରିଥିଲେ। ଓଡ଼ିଶା କ୍ରୀଡ଼ାମନ୍ତ୍ରୀ ବେହେରା କହିଥିଲେ ଯେ, ରାଜ୍ୟରେ କ୍ରୀଡ଼ା ଇକୋସିଷ୍ଟମର ସାମଗ୍ରିକ ବିକାଶ ପାଇଁ ଓଡ଼ିଶାର ପ୍ରତିବଦ୍ଧତା ଅନନ୍ୟ ଭାଗୀଦାରି ହାଇପରଫର୍ମାନ୍ସ ସେଣ୍ଟର ଏବଂ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ସହ ପାର୍ଟନରଶିପ୍‌ରୁ ପ୍ରତିଫଳିତ ହେଉଛି।
ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ (୨୦୧୮, ୨୦୨୩), ଫିଫା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌, ସାଫ୍‌ ୨୦ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ ଭଳି ବଡ଼ ବଡ଼ ଅନ୍ତର୍ଜାତୀୟ ଓ ଜାତୀୟ ଇଭେଣ୍ଟ ସମେତ ଅନ୍ୟ କ୍ରୀଡ଼ାର ସଫଳ ଆୟୋଜନ ଦ୍ୱାରା ଓଡ଼ିଶା ଏକ ସ୍ପୋଟର୍‌ସ ହବ୍‌ରେ ପରିଣତ ହୋଇପାରିଛି। ସେ କହିଥିଲେ, ଭାରତକୁ ଏକ କ୍ରୀଡ଼ା ସୁପରପାଓ୍ବାର ଭାବେ ଗଢ଼ିତୋଳିବାକୁ ହେଲେ ଦେଶରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରିବାକୁ ହେବ। ଏଥିପାଇଁ ଆମ ସମସ୍ତଙ୍କୁ ମିଳିମିଶି କାର୍ଯ୍ୟ କରିବାକୁ ହେବ। ‘ଚିନ୍ତନ ଶିବିର’ରେ ରାଜ୍ୟ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଓଡ଼ିଶା, ତାମିଲନାଡୁ, ରାଜସ୍ଥାନ, ନାଗାଲାଣ୍ଡ, ମଣିପୁର, ପଶ୍ଚିମବଙ୍ଗ ଏବଂ ମେଘାଳୟକୁ ନେଇ ଗଠିତ ଗ୍ରୁପ୍‌ର ନେତୃତ୍ୱ ନେଇଥିଲେ। ସେ କ୍ରୀଡ଼ା ଭିତ୍ତିଭୂମି ଓ କୋଚ୍‌ ବିକାଶ ଉପରେ ଆଲୋକପାତ କରିଥିଲେ। କ୍ରୀଡ଼ା ବିଜ୍ଞାନ, ତୃଣମୂଳସ୍ତରରେ ବିକାଶ, କୋଚ୍‌ ଶିକ୍ଷା କାର୍ଯ୍ୟକ୍ରମ ଏବଂ ବ୍ଲକ ଓ ଜିଲା ସ୍ତରରେ ସ୍ବଳ୍ବ ବ୍ୟୟରେ ଭିତ୍ତିଭୂମି ସ୍ଥାପନ ଉପରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri