Posted inଖେଳ

ଭାରତ ଆଗରେ ୨୦୯ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଅଷ୍ଟ୍ରେଲିଆ

ବିଶାଖାପଟ୍ଟନମ୍‌,୨୩।୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଗୁରୁବାର ଖେଳାଯାଉଥିବା ପ୍ରଥମ ମ୍ୟାଚ୍‌ରେ ଭାରତର ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ଅଷ୍ଟ୍ରେଲିଆ ବ୍ୟାଟର୍‌ ଜୋଶ ଇଂଲିଶଙ୍କ ଧୂଆଁଧାର ଶତକ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୦୮ ରନ୍‌ କରିଛି। ଫଳରେ ଭାରତ ଆଗରେ ୨୦୯ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଅଷ୍ଟ୍ରେଲିଆ।

ଅଷ୍ଟ୍ରେଲିଆର ଦୁଇ ଓପନର ଷ୍ଟିଭେନ୍‌ ସ୍ମିଥ ଏବଂ ମାଥ୍ୟୁ ସର୍ଟ ପଡ଼ିଆକୁ ଓହ୍ଲାଇ ଥିଲେ। ହେଲେ ମାଥ୍ୟୁ ୧୩ ରନ୍‌ରେ ଆଉଟ୍‌ ହୋଇଥିଲେ। ପରେ ଜୋଶ ଇଂଲିଶ ଏବଂ ଷ୍ଟିଭେନ ସ୍ମିଥ ବିସ୍ଫୋରକ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ଜୋଶ ଧୂଆଁଧାର ବ୍ୟାଟିଂ କରି ୫୦ରେ ୧୧ ଚଉକା ଏବଂ ୮ ଛକା ସହାୟତାରେ ୧୧୦ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସ୍ମିଥ ୪୧ ବଲ୍‌ରେ ୫୨ରନ୍‌ କରିଥିଲେ । ଟିମ୍‌ ଡେଭିଡ୍‌ ୧୯ ରନ୍‌ କରିଥିବା ବେଳେ ମାର୍କସ୍‌ ଷ୍ଟୋଇନିସ୍‌ ୭ ରନ୍‌ କରି ଅପରାଜିତ ରହିଥିଲେ। ଫଳରେ ଅଷ୍ଟ୍ରେଲିଆ ୨୦୮ ରନ୍‌ର ବିଶାାଳ ସ୍କୋର କରିବାରେ ସକ୍ଷମ ହୋଇଥିଲା। ଭାରତର ପ୍ରସିଦ୍ଧ କ୍ରିଷ୍ଣା ଏବଂ ରବି ବିଷ୍ଣୋଇ ଗୋଟିଏ ଲେଖାଏଁ ଉଇକେଟ୍‌ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri