ଅମାନବୀୟ ଘଟଣା: ଯୁବକଙ୍କୁ ଅଧା ଲଣ୍ଡାକରି ଗାଁରେ ବୁଲାଇଲେ, ପାଣି ମାଗିବାରୁ ପରିସ୍ରା ପିଆଇଲେ

ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ତିହିଡି ଥାନା ଅନ୍ତର୍ଗତ ବାଉଁଶବାଗ ଗ୍ରାମରେ ଏକ ଅମାନବୀୟ କାଣ୍ଡ ଘଟିଛି। ବିବାହିତାଙ୍କ ସହ ସମ୍ପର୍କ ରଖିବାକୁ ନେଇ ୧୭ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଜଣେ ଯୁବକଙ୍କୁ ଅଧା ଲଣ୍ଡା କରାଇବା ସହ ଜୋତାମାଳ ପିନ୍ଧାଇ, ମାଡ଼ମାରି ଗାଁ ବୁଲାଇଥିଲେ। ଏପରିକି ପାଣି ପିଇବାକୁ ଯୁବକ ମାଗିବାରୁ ତାଙ୍କୁ ପରିସ୍ରା ଦିଆଯାଇଥିଲା। ଏ ନେଇ ଯୁବକଙ୍କ ସ୍ତ୍ରୀ ମଙ୍ଗଳବାର ସକାଳେ ତିହିଡି ଥାନାରେ ଅଭିଯୋଗ କରିଛନ୍ତି। ଉକ୍ତ ଯୁବକଜଣଙ୍କ ହେଲେ ଶୁକଦେବ ମହାଳିକ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶୁକଦେବଙ୍କୁ ଲୋକଙ୍କ କବଳରୁ ଉଦ୍ଧାରକରି ଥାନାକୁ ନେଇଛନ୍ତି। ଅପରପକ୍ଷରେ ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ନେଇ ଶୁକଦେବଙ୍କ ବିରୋଧରେ ଥାନାରେ ମାମଲା ଦାୟର କରିଛନ୍ତି। ପରେ ପୋଲିସ ଶୁକଦେବଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ଶୁକଦେବଙ୍କ ସ୍ତ୍ରୀଙ୍କ ଅଭିଯୋଗ ଆଧାରରେ ୧୭ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ମାନବାଧିକାର କ୍ଷୁର୍ଣ୍ଣ ହୋଇଥିବାରୁ ଜିଲାପାଳ ଯୁଗ୍ମ ଅଧିକାରୀଙ୍କ ଦ୍ୱାରା ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତିହିଡି ଥାନାଧିକାରୀ ଓ ତହସିଲଦାର ଘଟଣାର ତଦନ୍ତକରି ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତିହିଡି ପୋଲିସ ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଶତ୍ରୁଘନ ମହାଳିକଙ୍କୁ ଗିରଫ କରିସାରିଛି ଓ କୋର୍ଟଚାଲାଣ କରାଯିବ ବୋଲି ଥାନାଧିକାରୀ ରମେଶ ଚନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଏ ନେଇ ଥାନାରେ ଦୁଇଟି ମାମଲା (କେସ୍‌ ନଂ.୨୮୪/୨୦ ଓ ୨୮୬/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri