Posted inଜାତୀୟ

ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ ଅମାନବୀୟ: କେଜରିୱାଲ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ରର ମୋଦି ସରକାରଙ୍କ ଦ୍ୱାରା ଆଗତ କୃଷି ନୀତିକୁ ନେଇ ବୁଧବାର ହରିୟାଣା ଓ ଦିଲ୍ଲୀ ସୀମାରେ କୃଷକମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଏହି ସମୟରେ ତାଙ୍କୁ ଅଟକାଇବାକୁ ଯାଇ ପୋଲିସ ପକ୍ଷରୁ ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ କରାଯାଇଥିଲା । ଏବେ ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଶାନ୍ତିପୂର୍ଣ୍ଣ ଭାବେ ପ୍ରଦର୍ଶନ କରୁଥିବା କୃଷକଙ୍କୁ ଅଟକାଇବା ଉଚିତ ନ ଥିଲା । ଗୁରୁବାର କେଜରିୱାଲ ଟୁଇଟ୍ କରି କହିଛନ୍ତି କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ୩ଟି ଯାକ କୃଷି ବିଲ୍ କୃଷକ ବିରୋଧି । ଏହାକୁ ପ୍ରତ୍ୟାହାର କରିବା ପରିବର୍ତ୍ତେ କୃଷକ ଶାନ୍ତିପୂର୍ଣ୍ଣ ବିରୋଧ କରୁଥିବା ସମୟରେ ସେମାନଙ୍କୁ ଅଟକାଯାଉଛି । ସେମାନଙ୍କ ଉପରେ ପାଣିମାଡ କରାଯାଉଛି । ଶୀତ ସମୟରେ ଏଭଳି ବ୍ୟବହାର ଅତ୍ୟନ୍ତ ଆମାନବୀୟ ବୋଲି କେଜରିୱାଲ କହିଛନ୍ତି । ଅନ୍ୟପଟେ ଗୁରୁବାର କୃଷି ବିଲକୁ ବିରୋଧ କରି ଦିଲ୍ଲୀ ଯିବା ପାଇଁ ଅମ୍ବାଲା(ହରିୟାଣା) ବର୍ଡରରେ କୃଷକଙ୍କ ଉପରେ ଲୁହବୁହା ଗ୍ୟାସ ପ୍ରୟୋଗ କରଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri