ବାତ୍ୟାର ପ୍ରାକ ପ୍ରଭାବ ଆରମ୍ଭ: ପାରାଦୀପ ୨ ନମ୍ବର ବିପଦ ସଙ୍କେତ

ଭୁବନେଶ୍ୱର,୨୭ା୧୦: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି କରାଯାଇଛି। ଏପରିକି ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀ ଫେରି ଆସିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ ସୋମବାର ସକାଳୁ ଆନ୍ଧ୍ରପ୍ରଦେଶର କାକିନାଡ଼ାରେ ବାତ୍ୟା ତାର ପ୍ରାକ ପ୍ରଭାବ ଦେଖାଇବା ଆରମ୍ଭ କରିଦେଇଛି। ଏଭଳିସ୍ଥତିରେ ସମୁଦ୍ର ମଝିରେ ଏକ ମାଛ ଧରା ବୋଟ ଫସି ରହିଥିବା ସୂଚନା ମିଳିଛି।

ବାରମ୍ବାର ସତର୍କତା ପରେ ମଧ୍ୟ ଏଭଳି ଘଟଣା ସ୍ଥାନୀୟ ପ୍ରଶାସନର ମୁଣ୍ଡବିନ୍ଧାର କାରଣ ହୋଇଛି। ତୁରନ୍ତ ଫସି ରହିଥିବା ବୋଟକୁ ଉଦ୍ଧାର କରିବାକୁ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri