ଆଇପିଏଲ ପୂର୍ବରୁ ସିଏସ୍‌କେକୁ ବଡ଼ ଝଟକା

ନୂଆଦିଲ୍ଲୀ,୨।୩: ଅଲରାଉଣ୍ଡର ଦୀପକ ଚହର ଆହତ ସମସ୍ୟା କାରଣରୁ ଚଳିତ ମାସ ଶେଷ ସପ୍ତାହରୁ ଆରମ୍ଭ ହେଉଥିବା ଆଇପିଏଲ ସିଜନର ପ୍ରାୟତଃ ମ୍ୟାଚ୍‌ରେ ଖେଳିବେ ନାହିଁ। ଏ ନେଇ ଇଏସ୍‌ପିଏନ୍‌କ୍ରିକ୍‌ଇନ୍‌ଫୋରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହା ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ବଡ଼ ଝଟ୍‌କା ସଦୃଶ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ତଥା ତୃତୀୟ ଟି୨୦ ମ୍ୟାଚ୍‌ରେ ଦୀପକଙ୍କ ଡାହାଣ ଜଙ୍ଘରେ ଆଘାତ ଲାଗିଥିଲା। ଯାହା ଫଳରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌ରୁ ସେ ବାଦ୍‌ ପଡ଼ିଥିଲେ।

“ଗତ ମାସରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ଟି୨୦ ମ୍ୟାଚ୍‌ ବେଳେ ଆହତ ହୋଇଥିବା ଦୀପକଙ୍କୁ ଫିଟ୍‌ ହେବା ପାଇଁ ସମ୍ଭବତଃ କିଛି ସପ୍ତାହ ଲାଗିବ। ଫଳରେ ସେ ମାର୍ଚ୍ଚ ୨୬ରୁ ମେ ୨୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଆଇପିଏଲରେ ନ ଖେଳିପାରନ୍ତି। ମିଳିଥିବା ସୂଚନା ମୁତାବକ, ଚେନ୍ନାଇ ସୁପର କିଙ୍ଗ୍ସ ଏବେ ଜାତୀୟ କ୍ରିକେଟ୍‌ ଏକାଡେମୀ (ସିସିଆଇ)ର ଫାଇନାଲ ଆସେସମେଣ୍ଟ ରିପୋର୍ଟକୁ ଅପେକ୍ଷା କରିଛି। ସେଠାରେ ଚହରଙ୍କ ରେହାବିଲିଟେଶନ ଚାଲିଛି” ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି। ଉଲ୍ଲେଖଯୋଗ୍ୟ, ସିଏସ୍‌କେ ଦୀପକ ଚହରଙ୍କୁ ମେଗା ଅକଶନରେ ୧୪ କୋଟି ଟଙ୍କାରେ କିଣିଛି। ଏଥିପୂର୍ବରୁ ସିଏସ୍‌କେ କଦାପି କୌଣସି ଖେଳାଳିଙ୍କୁ ଏତେ ଟଙ୍କାରେ କିଣି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri